-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ‘ପ୍ରେରଣା’ର ଷଷ୍ଠଦଶତମ ସ୍ୱନକ୍ଷତ୍ର ଦିବସ ଓ କବିତା ପାଠୋତ୍ସବ ପାଳିତ- ‘ଖବରର ଅନୁଶୀଳନ ଓ ବିଶ୍ଲେଷଣ କରି ଖବର ପ୍ରସ୍ତୁତ କରିବା ସାମ୍ବାଦିକତାର ଧର୍ମ ଅଟେ’

21-Apr-2021



ବଲାଙ୍ଗୀର(ପ୍ରେରଣା ଖବର)  ଆଜି ପବିତ୍ର ରାମ ନବମୀ ତିଥିରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ କୋଭିଡ କଟକଣାକୁ ପାଳନ ପୂର୍ବକ ସାପ୍ତାହିକ ‘ପ୍ରେରଣା’ର ଷଷ୍ଠଦଶତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ଏକ ନିର୍ବାଚିତ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବି ମଧୁସୂଦନ ନାୟକ, ରତ୍ନମୟ ତ୍ରିପାଠୀ, ବିପ୍ରଚରଣ ସାହୁ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ଉମାଶଙ୍କର ଶତପଥୀ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ । କବି ନବ କିଶୋର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କବିତା ପାଠୋତ୍ସବରେ   କବି ସନ୍ଦୀପ କୁମାର କୁଅଁର ସମୀକ୍ଷକ ଭାବରେ ଯୋଗ ଦେଇ ପଠିତ କବିତା ଗୁଡିକର ସମୀକ୍ଷା କରିଥିଲେ । ଦ୍ୱିତୀୟ ଅଧିବେଶନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି

ଭାବରେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ଶ୍ରୀ ରାମଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ନିଜ ଅଭିଭାଷଣରେ ଶ୍ରୀ ମହାଲିଙ୍ଗ ଖବରର ବିଭିନ୍ନ ଦିଗକୁ ଯାଇ ସାମ୍ବାଦିକ ମାନେ ଖବର ପରିବେଷଣ କରିବା ଉଚିତ ବୋଲି କହିବା ସହ ଆଜିର ଇଣ୍ଟରନେଟ ଦୁନିଆରେ ଗୁଗୁଲକୁ ଲୋକ ମାନେ ଗୁରୁ କରି ଦେଇସାରିଛନ୍ତି ବୋଲି କହିଥିଲେ ।  ତେବେ ଖବର କାଗଜ ଖବରର ଅନୁଶୀଳନ, ବିଶ୍ଲେ୍ଲଷଣ କରି ଖବର ପ୍ରସ୍ତୁତ କରିବା ଉଚିତ ବୋଲି ବିଧାୟକ ଶ୍ରୀ ମହାଲିଙ୍ଗ ମତ ଦେଇଥିଲେ ।   ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର କୋଭିଡ଼ ସେଣ୍ଟର ଇନଚାର୍ଜ ଡା ଗିରିଜା ଶଙ୍କର ଉଦ୍‌ଗାତା ଯୋଗ ଦେଇ କରୋନାର ଦ୍ୱିତୀୟ ଲହରର ଭୟାବହତା ଏବଂ ଏଥିରୁ ରକ୍ଷା ପାଇବା ପାଇଁ ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସଂପର୍କରେ ଲୋକଙ୍କୁ ସଚେତନ କରିଥିଲେ । ମୁଖ୍ୟବକ୍ତା ଭାବରେ ‘ପ୍ରମେୟ’ର କେବିକେ ସଂସ୍କରଣ ମୁଖ୍ୟ ଅଖିଳ ଚନ୍ଦ୍ର ହୋତା ଯୋଗ ଦେଇ ସାମ୍ବାଦିକତା ବୃତ୍ତି ର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ଯେଉଁ ଖବର ଦ୍ୱାରା ସମାଜର ବେଶୀ ଲୋକ ଉପକୃତ ହେବେ ସେପରି ଖବର ପରିବେଷଣ ହେବା ଉଚିତ ବୋଲି ଶ୍ରୀ ହୋତା ମତ ଦେଇଥିଲେ । ଶିକ୍ଷାବିତ୍ ମନୋରଞ୍ଜନ ସାହୁ ସଭାରେ ସଭାପତିତ୍ୱ କରିବା ସହ ସଭା ସଂଯୋଜନା କରିଥିବା ବେଳେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ । ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ନିଜ ସଂପାଦକୀୟ ଅଭିଭାଷଣରେ ଦୀର୍ଘ ୧୬ ବର୍ଷ ଧରି ବଲାଙ୍ଗୀର ଜିଲ୍ଲାର ଜନଜୀବନ ସହ ଜଡିତ ପ୍ରେରଣାର ପ୍ରଚାର ପ୍ରସାର ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।  ବେଳେ   ଏହି ଅବସରରେ ପ୍ରେରଣାର ବାର୍ଷିକ ସ୍ମରଣିକା ଉନ୍ମୋଚିତ ହୋଇଥିଲା । ଏଥିସହ କବି ବଳିଷ୍ଠ ପ୍ରଧାନଙ୍କ କବିତା ସଙ୍କଳନ ‘ସ୍ମୃତିର ଆଇନା’ ଉନ୍ମୋଚିତ ହୋଇଥିଲା । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାକାର

ଅନୀତା ଦାସ ତ୍ରିପାଠୀ, ସାମ୍ବାଦିକ ରତ୍ନାକର ସେଠ, ଏକ୍ସନ ନ୍ୟୁଜ୍‌ର ନିର୍ଦ୍ଦେଶକ ଶ୍ରୀମନ୍ତ ପଣ୍ଡା, ଏଡଭୋକେଟ ଅଶୋକ ରାଉତ, ରିନୁ ଅଗ୍ରୱାଲ, ସୁମିତ୍ରା ମିଶ୍ର, ବଲାଙ୍ଗୀର ଡିଷ୍ଟିକ୍ଟ ପ୍ରାଇଭେଟ୍ କ୍ଲିନିକାଲ ଏସୋସିଏସନ ଓ ସମାଜସେବୀ ରମେଶ ପ୍ରସାଦ ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଶିକ୍ଷକ ରଂଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।  ସଭାକୁ ସଫଳ କରିବାରେ ଅନ୍ୟ ମାନଙ୍କ ମଧ୍ୟରେ ସନ୍ତୋଷ ଠାକୁର, ବିଶ୍ୱମୟ ପୂଜାରୀ,ମନୋଜ ମିଶ୍ର, ବିନୋଦ ଦୀପ,ଦେବାଶିଷ ବହିଦାର, ରାଧାକ୍ରିଷ୍ଣ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like