-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
06-May-2021
ପୁରୀ (ପ୍ରେରଣା ଖବର) - ପୁରୀକୁ ନିରବଚ୍ଛିନ୍ନ ପାଣି ଯୋଗାଇ ଦେବାରେ ସହଯୋଗ ନିମନ୍ତେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ସହ ସିରୋଇକୋଣା ଓ ଉତ୍ତରକୋଣା ଗ୍ରାମର ପ୍ରତିନିଧି ମାନଙ୍କ ସହ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଆଲୋଚନା କରିଛନ୍ତି । ଧାଉଡିଆ ନଦୀର ରିଜରଭଏର ୧ ଓ ୨ ରୁ ପ୍ରତିବନ୍ଧକ ହଟେଇବା ସହ ପୁରୀକୁ ଜଳ ଯୋଗାଣରେ ସହଯୋଗ କରିବା ନିମନ୍ତେ ପ୍ରତିନିଧି ମାନେ ପ୍ରତିଶ୍ରୁତି ଦେଇଛନ୍ତି । ଗ୍ରାମବାସୀଙ୍କ ଦାବି ପ୍ରତି ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।