-+91-9937148622 |
prerana_bgr@rediffmail.com |
Monday 28th September 2026 |
R.N.I. Regd No. ODIODI/2010/46693
Breaking News
07-May-2021
ଭୁବନେଶ୍ୱର,(ଶୁଭାଶିଷ ନାୟକ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିସହିତ ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ତେବେ କାଳବୈଶାଖୀ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼,କେନ୍ଦୁଝର,ମୟୁରଭଞ୍ଜ,ସମ୍ବଲପୁର,ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ,କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲା ରହିଛି।
ସେହିପରି ୮ରୁ ୯ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼,କଟକ, ଭଦ୍ରକ, ବାଲେଶ୍ବର,ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କରୋପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ରୁ ୧୨ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଯାବତ ରାଜ୍ୟର ସୁବର୍ଣ୍ଣପୁରରେ ସର୍ବାଧିକ ତାପମାତ୍ରା ୪୦.୮ଡିଗ୍ରି ସେଲସିୟସ ଥିବାବେଳେ ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ରହିଛି।