-+91-9937148622 |
prerana_bgr@rediffmail.com |
Monday 28th September 2026 |
R.N.I. Regd No. ODIODI/2010/46693
Breaking News
07-May-2021
ଭୁବନେଶ୍ୱର: କରୋନା ସଂକ୍ରମିତ ହୋଇ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଭାଜପା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଶୁକ୍ରବାର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି। ବର୍ତ୍ତମାନ ନାଏକ ଆଇସିୟୁରେ ଭେଣ୍ଟିଲେଟରରେ ଅଛନ୍ତି। ସୂଚନା ଯୋଗ୍ୟ, ଗତ ୧୯ ତାରିଖରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପରେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)