-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ଗରିବଙ୍କୁ ଶସ୍ତାରେ ଚିକିତ୍ସା ମିଳୁ: ଧର୍ମେନ୍ଦ୍ର

08-May-2021



ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବରଗଡ଼ ଜିଲାର ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଗାମୀ କିଛି ମାସ ପର୍ଯ୍ୟନ୍ତ ଉକ୍ତ ହସ୍ପିଟାଲରେ ଗରିବ ଅସହାୟଙ୍କ ପାଇଁ ଶସ୍ତାରେ ଚିକିତ୍ସା ସେବା ଯୋଗାଇଦେବାକୁ ବିକାଶ ଗ୍ରୁପ୍‌ ଅଧ୍ୟକ୍ଷ ମୁରଲୀ କ୍ରିଷ୍ଣାଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ପଶ୍ଚିମ ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଥିବା ପରିପ୍ରେକ୍ଷୀରେ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ପକ୍ଷରୁ ମେଡିକାଲ ଭିତ୍ତିଭୂମିକୁ ପ୍ରାଥମିକତା ଦିଆଯାଇ ବିଭିନ୍ନ ଜିଲାର ମେଡିକାଲଗୁଡିକରେ ବେଡ୍‌ ସଂଖ୍ୟା ଏବଂ ଆନୁଷଙ୍ଗିକ ସ୍ବାସ୍ଥ୍ୟ ଭିତ୍ତିଭୂମି ବୃଦ୍ଧି କରାଯାଉଛି। କରୋନାର ୨ୟ ଲହରର ମୁକାବିଲା ପାଇଁ ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ଇଣ୍ଡିଆନ ଅଏଲର କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର୍‌) ପାଣ୍ଠିରୁ ୧୧ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଇଣ୍ଡିଆନ ଅଏଲ ବରଗଡ଼ର ଦାସରୀ ବୀର ରାଜୁ (ଡିଭିଆର୍‌) ଏବଂ ଗୁନମ ରାମଚନ୍ଦ୍ର ରାଓ ମେମୋରିଆଲ ଟ୍ରଷ୍ଟ (ଜିଆର୍‌ସିଆର୍‌) ସହଯୋଗରେ ୭୦ଟି ଭେଣ୍ଟିଲେଟର ସହିତ ଆଇସିୟୁ ବେଡ୍‌, ୩୦ଟି ଭେଣ୍ଟିଲେଟର ବେଡ୍‌ର ଅପ୍‌ଗ୍ରଡେଶନ କରିବା ସହ ୫୦ ମନିଟର ଏବଂ ୨୦ ସିରିଞ୍ଜ୍‌ ପମ୍ପ ଆନୁଷଙ୍ଗିକ ମେଡ଼ିକାଲ ଉପକରଣର ବ୍ୟବସ୍ଥା କରାଯାଇଛି। ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ପଶ୍ଚିମ ଓଡ଼ିଶା ତଥା ବରଗଡ଼ର ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ। ପଶ୍ଚିମ ଓଡ଼ିଶାର ୧୦ ଜିଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାରେ କରୋନର ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡିକ ଟେଷ୍ଟିଂ ବଢାଇବା, ନିଜ ବ୍ୟବସ୍ଥାରେ ଟିକାକରଣ ସୁବିଧା କରାଇବା, ଭେଣ୍ଟିଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍‌ ବ୍ୟବସ୍ଥା ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧତାକୁ ବିକଶିତ କରି ବର୍ତ୍ତମାନ କୋଭିଡ୍‌ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ କରୋନାକୁ ପ୍ରତିହତ କରିବା ପାଇଁ ସେଲ୍‌ ସହଯୋଗରେ ରାଉରକେଲା ସହରରେ ୬୦୦ଟି ବେଡ୍‌, ସୁନ୍ଦରଗଡ଼ରେ ଏନ୍‌ଟିପିସି ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ୫୦୦ଟି ବେଡ୍‌, ଝାରସୁଗୁଡ଼ାର ବ୍ରଜରାଜନଗର ଏବଂ ଲଖନପୁର ଅଞ୍ଚଳରେ ଏମ୍‌ସିଏଲ୍‌ ଦ୍ୱାରା ୧୫୦ଟି ଅକ୍ସିଜେନ ସଂଯୁକ୍ତ ବେଡ଼୍‌ ଓ ସମ୍ବଲପୁରରେ ଏମ୍‌ସିଏଲ୍‌ ତରଫରୁ ୧୦୦ଟି ବେଡ୍‌ର ବ୍ୟବସ୍ଥା କରାଯାଉଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଆରମ୍ଭ ହେଉଥିବା ଟିକାକରଣ ବ୍ୟବସ୍ଥାରେ ବରଗଡ଼ ଜିଲାକୁ ସାମିଲ କରାଯାଇଛି। ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ସରକାରଙ୍କ ବ୍ୟବସ୍ଥା ବ୍ୟତୀତ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ୧+୧ ଟିକା ଅର୍ଥାତ୍‌ ନିଜ କର୍ମଚାରୀଙ୍କୁ ଟିକା ଦେବା ସହ ଅସହାୟ ଲୋକଙ୍କୁ ଟିକା ଦେବାର ଦାୟିତ୍ୱ ନେବେ ବୋଲି ଧର୍ମେନ୍ଦ୍ର ଆଶାବ୍ୟକ୍ତ କରିଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like