-+91-9937148622 |
prerana_bgr@rediffmail.com |
Sunday 27th September 2026 |
R.N.I. Regd No. ODIODI/2010/46693
Breaking News
09-May-2021
ଭୁବନେଶ୍ୱ(ପ୍ରେରଣା ଖବର ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୧୯ ଜଣ କୋଭିଡ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୨ହଜାର ୧୮୦ରେ ପହଞ୍ଚି ଯାଇଛି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଅନୁଗୁଳ ଜିଲ୍ଲାରୁ ଜଣେ ୪୭ ବର୍ଷୀୟ ଯୁବକ କରୋନରେ ପ୍ରାଣ ହରାଇଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ସେହିପରି ବଲାଙ୍ଗୀରରୁ ଜଣେ, ଭୁବନେଶ୍ୱର ଜଣେ , ଭଦ୍ରକୁରୁ ଜଣେ, ଢ଼େଙ୍କାନାଳରୁ ଜଣେ, ଗଜପତିରୁ ୨ ଜଣ, ଯାଜପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବୁଲପୁରରୁ ଜଣେ, ସୁବର୍ଣ୍ଣପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ଜଣେ କରୋନାରେ ପ୍ରାଣ ହରାଇଛନ୍ତି ।