-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
14-May-2021
ଭୁବନେଶ୍ୱର,(ଶୁଭାଶିଷ ନାୟକ): ୪୨ ଲକ୍ଷ ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା । ମୋଟ ୯୨୦ କୋଟିର ଟଙ୍କା ୪୨ ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯାଇଥିବା କହିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିବେ ବୋଲି କୁହାଯାଇଥିଲା । ଅକ୍ଷୟ ତୃତୀୟା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିଛନ୍ତି ।
ଉକôଳ ଦିବସରେ ରାଜ୍ୟ ସରକାର ୩୪ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ପଠାଇଥିଲେ । ନୂଆ ଆର୍ଥôକ ବର୍ଷରେ ରବି ଋÿତୁ ପାଇଁ ସରକାର ୬୯୪ କୋଟି ଟଙ୍କା ଦେଇଥିଲେ । ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଥିଲା ।
ପୂର୍ବରୁ ଅକ୍ଷୟ ତୃତୀୟା ଅବସରରେ ସାଢେ଼ ୯ କୋଟି ଚାଷୀଙ୍କ ପରିବାରକୁ ଆଜି ଅଷ୍ଟମ କିସ୍ତିର ପିଏମ୍ କିଷାନ ବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଟଙ୍କା ପଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଟ୍ ୧୯ ହଜାର କୋଟି ଟଙ୍କା ଚାଷୀଙ୍କ ଜମାଖାତାକୁ ସିଧାସଳଖ ଟଙ୍କା ପଠା ଯାଇଛି । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର କିଛି କୃଷକଙ୍କ ସହ ଆଲୋଚନା କରିଥିଲେ ।
ସେପଟେ, ଓଡ଼ିଶାର ସବୁ ଚାଷୀ ପିଏମ୍ କିଷାନ ଯୋଜନାର ଲାଭ ପାଆନ୍ତୁ । ଓଡିଶାର ଚାଷୀମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପୁନର୍ବାର ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦେଶର ଚାଷୀଙ୍କୁ ଅଷ୍ଟମ କିସ୍ତି ପିଏମ୍ କିଷାନ ଯୋଜନାର ଅର୍ଥ ମିଳିବା ଅବସରରେ ଟ୍ୱିଟ୍ କରି ଚାଷୀଙ୍କ ହିତ ପାଇଁ ଦୃଷ୍ଟି ଆକର୍ଷଣ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।