-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଦେଶ ବିଦେଶ

ସଂକ୍ରମଣ ରୋକିବାକୁ ମଫସଲ ଅଞ୍ଚଳ ପାଇଁ କୋଭିଡ୍-୧୯ ଗାଇଡ୍‌ଲାଇନ୍‌ ଜାରି କଲେ କେନ୍ଦ୍ର ସରକାର

16-May-2021



ନୂଆଦିଲ୍ଲୀ: ମଫସଲ ଅଞ୍ଚଳରେ କରୋନାଭାଇରସ୍ ସଂକ୍ରମଣ ରୋକିବା ଲାଗି ରବିବାର ଦିନ କେନ୍ଦ୍ର ସରକାର ନୂଆ ମାର୍ଗଦର୍ଶିକା ବା ଗାଇଡ୍‌ଲାଇନ୍‌ ଜାରି କରିବା ସହ କହିଛନ୍ତି ଯେ, ସମ୍ପ୍ରତି ଉପନଗର, ମଫସଲ ଏବଂ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ମଧ୍ୟ କ୍ରମଶଃ ସଂକ୍ରମଣ ପ୍ରବେଶ କଲାଣି।

ଗାଇଡ୍‌ଲାଇନ୍ ଉନ୍ମୋଚନ କରି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ କହିଛି ଯେ, ଅନ୍ୟାନ୍ୟ ଅତ୍ୟାବଶ୍ୟକ ସ୍ବାସ୍ଥ୍ୟ ସେବା ଯୋଗାଣ ଚାଲୁ ରଖିବା ସହ ଉପରୋକ୍ତ ଅଞ୍ଚଳରେ ପ୍ରାଥମିକ ସ୍ତରରେ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ସୁଦୃଢ଼ କରାଇବାରେ ସମ୍ପ୍ରଦାୟମାନଙ୍କୁ ସମର୍ଥ କରାଇବା ଆବଶ୍ୟକ।

ଗାଇଡ୍‌ଲାଇନ୍‌ରେ ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି ଯେ, ‘ଗ୍ରାମ୍ୟ ସ୍ବାସ୍ଥ୍ୟ ପରିମଳ ଓ ପୋଷକତତ୍ତ୍ବ କମିଟି’ ସହାୟତାରେ ‘ଆଶା’ ପ୍ରତ୍ୟେକ ଗାଁରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ସର୍ଦି ଭଳି ଅସୁସ୍ଥତା/ଅତି ଉତ୍କଟ ଶ୍ବାସନଳୀ ସଂକ୍ରମଣ ଚିହ୍ନଟ ପାଇଁ ସକ୍ରିୟ ଅନୁଧ୍ୟାନ କରିବା ଉଚିତ।

ଟେଲିପରାମର୍ଶ ଦ୍ବାରା ସଂକ୍ରମଣର ଜଟିଳତା ଚିହ୍ନଟ କରିବା ସହ ଅନ୍ୟାନ୍ୟ ଶାରୀରିକ ସମସ୍ୟା ଥିବା ଏବଂ ଅମ୍ଳଜାନ ପରିମାଣ ହ୍ରାସ ପାଇଥିବା ରୋଗୀମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟ କେନ୍ଦ୍ରକୁ ସୁପାରିସ କରିବା ନିମନ୍ତେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ ଏହି ଗାଇଡ୍‌ଲାଇନ୍‌ରେ ନିର୍ଦେଶ ଦିଆଯାଇଛି। ଏଥିସହ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ ‘ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟିଙ୍ଗ୍‌’ କରିବା ଲାଗି ତାଲିମ ଦିଆଯିବା ଆବଶ୍ୟକ। ସବୁ ଜନସ୍ବାସ୍ଥ୍ୟ କେନ୍ଦ୍ରରେ କିଟ୍‌ ରଖାଯିବା ଉଚିତ ବୋଲି ମଧ୍ୟ ଏହି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ଅଛି।

ପରୀକ୍ଷା ଫଳାଫଳ ବାହାରିବା ପର୍ଯ୍ୟନ୍ତ ସମ୍ପୃକ୍ତ ରୋଗୀମାନଙ୍କୁ ଏକାନ୍ତ ବାସରେ ରହିବାକୁ ପରାମର୍ଶ ଦିଆଯିବା ଉଚିତ। ଲକ୍ଷଣ ନ ଥାଇ ମଧ୍ୟ କୋଭିଡ୍‌ ରୋଗୀମାନଙ୍କଦ୍ବାରା ସଂକ୍ରମିତ ହୋଇଥିବା ଆଶଙ୍କା ଥିବା ବ୍ୟକ୍ତିମାନଙ୍କୁ କ୍ବାରେଣ୍ଟିନ୍‌ରେ ରହିବାକୁ ପରାମର୍ଶ ଦିଆଯିବା ସହ ‘ଆଇସିଏମ୍‌ଆର୍‌’ ନିୟମାନୁସାରେ ପରୀକ୍ଷା କରାଇବା ଆବଶ୍ୟକ।

ଏହା ବ୍ୟତିରେକେ, ‘ଇଣ୍ଟିଗ୍ରେଟେଡ୍‌ ଡିଜିଜ୍‌ ସର୍ଭିଲେନ୍‌ସ୍‌ ପ୍ରୋଗ୍ରାମ୍‌’ ଗାଇଡ୍‌ଲାଇନ୍‌ସ୍‌ ଆଧାରରେ ‘କଣ୍ଟାକ୍ଟ୍‌ ଟ୍ରେସିଙ୍ଗ୍‌’ ଉପରେ ଧ୍ୟାନ ଦେବାକୁ ଆଜି ରିଲିଜ୍‌ ହୋଇଥିବା ଗାଇଡ୍‌ଲାଇନ୍ରେ କୁହାଯାଇଛି। ଯେଉଁମାନେ ପଜିଟିଭ୍ ବାହାରିବେ ସେମାନେ ମନ୍ତ୍ରାଳୟଦ୍ବାରା ଜାରି ନିୟମାବଳୀ ଅନୁସାରେ ‘ହୋମ୍‌-କ୍ବାରେଣ୍ଟିନ୍‌’ରେ ରହିବେ।

ଅମ୍ଳଜାନ ସ୍ତର ଉପରେ ଧ୍ୟାନ ରଖିବା ଉପରେ ଗୁରୁତ୍ବାରୋପ କରି ମନ୍ତ୍ରାଳୟ ‘ଭିଏଚ୍‌ଏସ୍‌ଏନ୍‌ସି’କୁ ନିର୍ଦେଶ ଦେଇଛି ଯେ, ସମ୍ବଳ ବିନିଯୋଗ କରି ସ୍ଥାନୀୟ ‘ପିଆର୍‌ଆଇ’ ଜରିଆରେ ସେଥିପାଇଁ ଆବଶ୍ୟକ ଉପକରଣଗୁଡ଼ିକର ବ୍ୟବସ୍ଥା କରାଯିବା ଉଚିତ। ମଫସଲ ଅଞ୍ଚଳର ପରିବାରମାନଙ୍କୁ ଥର୍ମୋମିଟର୍‌ ଏବଂ ପଲ୍ସ୍‌ ଅକ୍ସିମିଟର୍‌ ଉଧାର ଦେବା ସହ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ଲାଗି ପ୍ରତ୍ୟକ୍ଷ ସ୍ବାସ୍ଥ୍ୟସେବା କର୍ମୀ/ସ୍ବେଚ୍ଛାସେବୀ/ଶିକ୍ଷକମାନଙ୍କୁ ଉପଯୋଗ କରାଯିବା ଉଚିତ।

‌୫୦୦ ଏମ୍‌ଜି ପାରାସିଟାମଲ୍‌, ଆଇଭର୍‌ମେକ୍ଟିନ୍‌, କଫ୍ ସିରପ୍, ମଲ୍‌ଟିଭିଟାମିନ୍‌ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ‘ହୋମ୍‌ଆଇସୋଲେସନ୍‌ କିଟ୍’ ଯୋଗାଇ ଦିଆଯିବ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like