-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
17-May-2021
ଭୁବନେଶ୍ୱର: ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍ ଯୋଗେ ସେ କହିଛନ୍ତି, ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ବତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଭଜନ ଓ ଚଳଚ୍ଚିତ୍ର ଜଗତରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ ସେ କହିଛନ୍ତି। ଏହା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି।
ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସୋମବାର ସକାଳେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)