-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, 24 ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ମିଳିବ ପ୍ରୋତ୍ସାହନ

17-May-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ) ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ  ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ  ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେଦେଶର ଅନ୍ୟ ଭାଗର ଘଟଣା ଉପରେ  ଓଡ଼ିଶା ତୀକ୍ଷଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି । ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ICU-HDU ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକ୍‌ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା  ମଧ୍ୟ କରାଯାଇଛି । ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, refilling ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ   ସ୍ବତନ୍ତ୍ର ଦୃଷ୍ଟି  ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଅନ୍ୟ ରାଜ୍ୟ କୁ ଅକ୍ସିଜେନ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ 

ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା।

ରଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ  ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ  ମଧ୍ୟ ପଦକ୍ଷେପ ନିଆଯାଇଛି ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ।  ଵୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ  ଏବଂ କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।କୋଭିଡ ପରିଚାଳନାରେ ଗୋଷ୍ଠୀକୁ (community) ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ANM, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ ।

ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

 

ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇ ଥିଲେ୍ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ TMC ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ  TMC ଆରମ୍ଭ କରି ସାରିଛନ୍ତି।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ  ବିୟୋଗ  ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର  ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ । 

 

କୋଭିଡ ମୃତକଙ୍କ ପରିବାରର ବିଧବା ଓ  ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ବର୍ତ୍ତମାନ କୋଭିଡର ଦ୍ବିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହର ଓ କେତେ variantର ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ । 

ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକ୍‌ଡାଉନ କରିଛୁ। କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। କାରଣ ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ। 

ଭୂତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ତେଣୁ ଏହି ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି  ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ  ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଅତୀତରେ ଓଡିଶା ଅନେକ ଆହ୍ବାନକୁ   ଦୃଢତାର ସହ ମୁକାବିଲା କରିଛି ଏବଂ ସମସ୍ତଙ୍କ ସହଯୋଗରେ କୋଭିଡ ଲଢେଇରେ ମଧ୍ୟ  ଓଡିଶା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ ।

ଯେହେତୁ ବିଧାୟକ ମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ ।

" ପ୍ରତ୍ୟେକ ଜୀବନ ମୂଲ୍ୟବାନ '। ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ  ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର  ବିଧାୟକ ମାନଙ୍କୁ  କୋଭିଡ଼  ସକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ ।ବୈଠକରେ ଵିଧାୟକ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ଦେଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like