-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ଆରୋଗ୍ୟ ସଂଖ୍ୟା ଅଢେଇ ଲକ୍ଷରେ ପହଞ୍ଚିଲା- ପୂଜା ସମୟରେ କୋଭିଡ ନିୟମର କଡାକଡି ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ    ଅଧିକ ସତର୍କ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ସବୁ କୋଭିଡ ଯୋଦ୍ଧା ଓ ସେମାନଙ୍କ ପରିବାରକୁ ଦଶହରା ପାଇଁ  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

21-Oct-2020



ଭୁବନେଶ୍ବର, ୨୧.୧୦- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି ଯେ ରାଜ୍ୟର ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ପ୍ରଶାସନ ଓ କୋଭିଡ ଯୋଦ୍ଧା ମାନଙ୍କ କଠିନ ପରିଶ୍ରମ ଯୋଗୁ ଏବଂ ସମସ୍ତ ସଂପୃକ୍ତ ବିଭାଗର ଉଦ୍ୟମ ଯୋଗୁ ରାଜ୍ୟରେ କ୍ରମାଗତ ଭାବେ ନୂଆ କୋଭିଡ ସଂକ୍ରମଣ କମୁଛି। ରାଜ୍ୟର ସମୁଦାୟ ଟେଷ୍ଟିଂ ସଂଖ୍ୟା ୪୦ ଲକ୍ଷରୁ ଅଧିକ ହୋଇଛି  ଏବଂ ଆରୋଗ୍ୟଙ୍କ ସଂଖ୍ୟା ଅଢେଇ ଲକ୍ଷରେ ପହଞ୍ଚିଛି। ତଥାପି  ଆତ୍ମସନ୍ତୋଷର ସ୍ଥାନ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସତର୍କ କରାଇଛନ୍ତି।
    ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ହେବା ସହିତ ସମସ୍ତ କୋଭିଡ ନିୟମାବଳୀକୁ କଡାକଡି ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ ସଂପର୍କରେ ଜନସଚେତନତା ପାଇଁ ବ୍ୟାପକ ସୂଚନା ଅଭିଯାନ ଜାରି ରଖିବା ସହିତ କୌଣସି କ୍ଷେତ୍ରରେ ସାମାନ୍ୟ ଅବହେଳା  ନ କରିବାକୁ ସେ ସତର୍କ କରିଦେଇଛନ୍ତି। ଏହି ଅବରରରେ Co-Morbidity ଥିବା ରୋଗୀଙ୍କ ଚିକିତ୍ସା ଉପରେ ଅଧିକ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
    ଗରିବ ଲୋକଙ୍କ ଜୀବିକାକୁ ଦୃଷ୍ଟିରେ ରଖି ଅର୍ଥନୈତିକ କାର୍ଯ୍ୟକ୍ରମ ଯେପରି ଅବିରତ ଭାବେ ଜାରି ରହିବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଶିଳ୍ପ ସଂସ୍ଥା ଗୁଡିକ ନିର୍ବିଘ୍ନରେ ଯେପରି ସେମାନଙ୍କ ଉତ୍ପାଦନ ଜାରି ରଖିବେ, ପୁଞ୍ଜି ବିନିଯୋଗ କାର୍ଯ୍ୟକାରୀ ହେବ ସେଥିପାଇଁ ସମସ୍ତ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।
    ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ଓ ସେମାନଙ୍କ ପରିବାରକୁ ଦଶହରାର ଶୁଭେଚ୍ଛା ଜଣାଇଥିଲେ ।
    ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ରାଜ୍ୟରେ କରୋନା ସଂକ୍ରମଣରେ   ହ୍ରାସ ଘଟୁଥିବା ସତ୍ତ୍ବେ ପ୍ରଶାସନ ସଂପୂର୍ଣ୍ଣ ସତର୍କ ରହିଛି ବୋଲି ସେ ସୂଚନା ଦେଇଥିଲେ । ଦଶହରା ଓ ଦୀପାବଳୀ ପାଇଁ ଅଧିକ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ବର୍ତ୍ତମାନ ରାଜ୍ୟରେ ୫ଟି ଜିଲ୍ଲା – ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ମୟୁରଭଂଜ ଓ ଅନୁଗୁଳରେ ସକ୍ରିୟ ରୋଗୀ ସଂଖ୍ୟା ଏକ ହଜାରରୁ ଅଧିକ ଥିବାବେଳେ, ଅନ୍ୟ ଜିଲ୍ଲାମାନଙ୍କରେ ସକ୍ରିୟ ରୋଗୀ ସଂଖ୍ୟା ହ୍ରାସ ପାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ ।
    ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ ମହାପାତ୍ର କହିଥିଲେ  ରାଜ୍ୟରେ ସଂକ୍ରମଣ ହାର ୦.୭୧ ପ୍ରତିଶତକୁ ହ୍ରାସ ଘଟିଥିବା ବେଳେ, ଆରୋଗ୍ୟ ହାର ୯୩ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାର ଠାରୁ ଅଧିକ ଅଟେ ।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ RT-PCR Test Report ଚବିଶ ଘଣ୍ଟା ମଧ୍ୟରେ ଦିଆଯାଉଛି ବୋଲି ଶ୍ରୀ ମହାପାତ୍ର କହିଥିଲେ । ରାଜ୍ୟରେ ସଂକ୍ରମଣ ହାରରେ ହ୍ରାସ, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ଓ ସେମାନେ ଏଥିପାଇଁ ଅଧିକ ପରିଶ୍ରମ କରି ରୋଗୀସେବା ଜାରି ରଖିଛନ୍ତି ବୋଲି ସେ କହିଥିଲେ । ଯେହେତୁ positivity rate କମିଛି, ଲୋକମାନେ ଟେଷ୍ଟିଂ ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ତେଣୁ ଲକ୍ଷଣ ଥିବା ରୋଗୀମାନେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ବୈଠକରେ ଅନୁରୋଧ କରାଯାଇଥିଲା।
    ଅଗଷ୍ଟ ୧୮ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦ ହଜାର ତଳେ ଅଛି । ବର୍ତ୍ତମାନ ଏହା ୧୮୦୫୦ରେ ଅଛି । ୧୫,୫୧୫ ରୋଗୀ ବର୍ତ୍ତମାନ ଗୃହ ସଂଗରୋଧରେ ଅଛନ୍ତି  ବୋଲି ବୈଠକରୁ ଜଣାଯାଇଛି। 
ପୂଜା ସମୟରେ କୋଭିଡ କଟକଣା ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କହିଥିଲେ ଯେ ପାର୍ବଣ ଋତୁକୁ ଆଖି ଆଗରେ ରଖି ରାଜ୍ୟର ସମସ୍ତ S.P. ମାନଙ୍କ ସହିତ ଆଲୋଚନା କରାଯାଇ ରଣନୀତି ପ୍ରସ୍ତୁତ କରାଯାଇଛି । ଅଧିକ ପୋଲିସ ମୁତୟନ ପାଇଁ ବନ୍ଦୋବସ୍ତ କରାଯିବା ସହିତ ସମ୍ବେଦନଶୀଳ ଜିଲ୍ଲା ଗୁଡିକ ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି ବୋଲି ସେ କହିଥିଲେ । ବିଭିନ୍ନ ସହରର ସ୍ଥାନୀୟ ପୂଜା କମିଟି ଗୁଡିକୁ ସଚେତନ କରାଯାଇଛି ବୋଲି ମଧ୍ୟ ସେ ସୂଚନା ଦେଇଥିଲେ ।
    ଆଲୋଚନାରୁ ଜଣାଯାଇଛି ଯେ ଭୁବନେଶ୍ବରରେ Sero Survey ଶେଷ ହୋଇଥିବା ବେଳେ ଦଶହରା ପରେ କଟକ ଓ ପୁରୀରେ ସର୍ଭେ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like