-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

କୋଭିଡ୍ ଲଢ଼େଇରେ ଦାୟିତ୍ୱ ନିର୍ବାହ କରୁଛି ଓଟିଡିସି

21-May-2021



କୋଭିଡ-୧୯ର ଦ୍ୱିତୀୟ ପର୍ଯ୍ୟାୟ ଲହର ଏବେ ସମଗ୍ର ରାଜ୍ୟରେ ଅନୁଭୂତ ହୋଇଥିବାବେଳେ ଏହାର ମୁକାବିଲା ଓ ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାରର ପଦକ୍ଷେପ ନେଇଛନ୍ତି। ଜୀବନ ଓ ଜୀବିକା ମଧ୍ୟରେ ସମନ୍ୱୟ ରକ୍ଷା କରି ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଉଥିବାବେଳେ ବାହାର ରାଜ୍ୟଗୁଡ଼ିକୁ ଅକ୍ସିଜେନ୍ ଯୋଗାଣ କରି ଓଡ଼ିଶା ସରକାର ମହନୀୟତାର ପରିଚୟ ଦେଇଛନ୍ତି। ଏଭଳି ମହାବିପତ୍ତି ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) କରୋନା ଲଢ଼େଇରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଜକୁ ସାମିଲ କରିଛି।

ଓଟିଡିସିିର ସମସ୍ତ ପାନ୍ଥନିବାସ ଓ ପାନ୍ଥିକା ଏବେ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଥିବାବେଳେ କୋଭିଡ୍ ଯୋଦ୍ଧା ବିଶେଷକରି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ରହିବା ନିମନ୍ତେ ପାନ୍ଥନିବାସଗୁଡ଼ିକୁ ଉନ୍ମୁକ୍ତ କରାଯାଇଛି। ଜିଲ୍ଲା ପ୍ରଶାସନ ସହାୟତାରେ କେନ୍ଦୁଝର, ରାଉରକେଲା, ପାରାଦୀପ ଓ ସମ୍ବଲପୁରରେ ଥିବା ପାନ୍ଥନିବାସର ପ୍ରାୟ ୧୦୦ଟି ରୁମରେ ଏବେ ଡାକ୍ତରମାନେ ରହୁଛନ୍ତି। ପାନ୍ଥନିବାସର କର୍ମଚାରୀମାନେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରୁଥିବାବେଳେ ଦୈନିକ ରୁମଗୁଡ଼ିକୁ ନିୟମିତ ସାନିଟାଇଜ୍ କରାଯାଉଛି । ପୁରୀ ପାନ୍ଥନିବାସ ପକ୍ଷରୁ ଏବେ ଦୈନିକ ୫୦୦ ମିଲ୍ ପ୍ରସ୍ତୁତ କରାଯାଇ କୋଭିଡ୍ ଯୋଦ୍ଧାମାନଙ୍କ ସମେତ କୋଭିଡ୍ ରୋଗୀଙ୍କୁ ଯୋଗାଇ ଦିଆଯାଉଛି। ଏହାସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ସେବାୟତମାନଙ୍କୁ ମଧ୍ୟ ଗତବର୍ଷ ଭଳି ଖାଇବା ପୁରୀ ପାନ୍ଥନିବାସ ଯୋଗାଉଛି। 

ଏ ସମ୍ପର୍କରେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ସୂଚନା ଦେଇ କହିଛନ୍ତି ଯେ, କୋଭିଡ୍ ଗାଇଡଲାଇନକୁ ପାଳନ କରି ଓ ସହଯୋଗର ହାତ ବଢ଼ାଇ ସମସ୍ତେ ମିଳିମିଶି କରୋନା ଲଢ଼େଇରେ ବିଜୟୀ ହୋଇପାରିବା। ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ମାଗଣା ସାମୁହିକ କୋଭିଡ୍ ଟିକାକରଣ ଘୋଷଣା କରିଛନ୍ତି। ଟିକାକରଣ ଓ କୋଭିଡ୍ ଗାଇଡଳାଇନ୍ ପାଳନ କରୋନାରୁ ସୁରକ୍ଷିତ ରଖିବାରେ ସହାୟକ ହେବ।  ପାନ୍ଥନିବାସ କର୍ମଚାରୀଙ୍କ ସୁରକ୍ଷା ପ୍ରତି ମଧ୍ୟ ବିଶେଷ ଭାବେ 

ଧ୍ୟାନ ଦିଆଯାଇଛି। କର୍ମଚାରୀଙ୍କ କୋଭିଡ୍ ଟୀକାକରଣ ମଧ୍ୟ କରାଯାଉଛି। ଏହି ମହାବିପତ୍ତି ସମୟରେ ଓଟିଡିସି ନିଜର ସାମାଜିକ ଦାୟିତ୍ୱବୋଧ ଓ କର୍ତ୍ତବ୍ୟ ପାଳନ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like