-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଆମର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’, ତେଣୁ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ବ – ମୁଖ୍ୟମନ୍ତ୍ରୀ

22-May-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର। ଜିଲ୍ଲାପାଳ ଓ ଏସ୍‌.ପି ମାନେ ଏହି କାର୍ଯ୍ୟକୁ  ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଏହାସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

   ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଉ ଦୁଇ ଦିନ ମଧ୍ୟରେ ବଙ୍ଗୋପ ସାଗରରେ ବାତ୍ୟା ୟାସର ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍‌ ଭାବରେ ନିର୍ଣ୍ଣୟ ହୋଇନାହିଁ । ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲା ଗୁଡିକ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁଁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

  ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଯଥା – ODRAF, NDRF, Road Clearing Machines ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ସମସ୍ତ ଯନ୍ତ୍ରପାତି ପ୍ରସ୍ତୁତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବାତ୍ୟା ପରେ ସବୁଠାରୁ କମ୍‌ ସମୟ ମଧ୍ୟରେ ରାସ୍ତାକୁ ସଫା କରିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ  ବୋଲି ସେ କହିଛନ୍ତି। ସେହିପରି ବିଦ୍ୟୁତ ଯୋଗାଣ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନଃସଂଯୋଗ ପାଇଁ ସମସ୍ତ ଟିମ୍‌ ଓ ଆବଶ୍ୟକ ଯନ୍ତ୍ରପାତି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଆବଶ୍ୟକସ୍ଥଳେ ଅନ୍ୟ ରାଜ୍ୟରୁ ଅତିରିକ୍ତ ଟିମ୍‌ ଓ ଯନ୍ତ୍ରପାତି ଆଣି ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକ୍‌ସିଜେନ ଯୋଗାଣ ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ  ଯେପରି କୌଣସି ସମସ୍ୟା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯୟ ପରିଚାଳନାରେ ଓଡିଶାର ସ୍ବତନ୍ତ୍ର ଦକ୍ଷତା (Disaster Resilient) ରହିଛି ଏବଂ ଆମେ ଏବେ ପ୍ରାୟ ପ୍ରତିବର୍ଷ ବାତ୍ୟାର ସମ୍ମୁଖୀନ ହେଉଛୁ। କୋଭିଡ ମହାମାରୀ ଯୋଗୁ ପରିସ୍ଥିତି ଆହୁରି ଜଟିଳ ହୋଇଛି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ ଏବଂ ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ  କହିଥିଲେ ।

ବାତ୍ୟାର ସମ୍ମୁଖୀନ ହେବା ପାଇଁ ରାଜ୍ୟସରକାର  ପ୍ରସ୍ତୁତ ବୋଲି ପ୍ରକାଶ କରିବା ସହିତ ଜନସାଧାରଣ ଭୟଭୀତ ନ ହୋଇ କର୍ତ୍ତୃପକ୍ଷଙ୍କ ପରାମର୍ଶକୁ ମାନିବା ସହିତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

   ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାର ମୁକାବିଲା  ପାଇଁ ନିୟମିତ ଭାବେ ପ୍ରସ୍ତୁତି ବୈଠକ କରାଯାଉଛି। ସମସ୍ତ ସଂପୃକ୍ତ ବିଭାଗ ଏଥିପାଇଁ ପ୍ରସ୍ତୁତ ରହିଛନ୍ତି । ଲୋକଙ୍କ ସ୍ଥାନାନ୍ତର ପାଇଁ ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖାଯାଇଛି। ଜଳ ଓ ବିଦ୍ୟୁତ ଯୋଗାଣ ପୁନଃସ୍ଥାପନ ପାଇଁ ଆବଶ୍ୟକ ଟିମ୍‌ ଓ ଯନ୍ତ୍ରପାତି ମଧ୍ୟ ପ୍ରସ୍ତୁତ ରଖାଯାଇଛି ବୋଲି ସେ କହିଥିଲେ ।

   ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ୍ତ ଜେନା ଏକ ଉପସ୍ଥାପନା ରଖି କହିଥିଲେ ଯେ ଆସନ୍ତାକାଲି ସଂଧ୍ୟା ସୁଦ୍ଧା ବାତ୍ୟାର ଗତିପଥ ସଂପର୍କରେ ସଠିକ ସୂଚନା ମିଳିବ। ବାତ୍ୟାର ମୁକାବିଲା ପାଇଁ ସବୁପ୍ରକାର ପ୍ରସ୍ତୁତି କରାଯାଇଛି।  ୨୨ଟି NDRF ଟିମ୍‌, 66ଟି ODRAF ଟିମ୍‌ (Formations), ୧୭୭ଟି ଅଗ୍ନିଶମ ସେବା ଟିମ୍‌ ଆଦି ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି । ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳ ସହିତ ଲୋକଙ୍କ ସ୍ଥାନାନ୍ତର ପାଇଁ ଅତିରିକ୍ତ ଆଶ୍ରୟସ୍ଥଳ ମଧ୍ୟ ଚିହ୍ନଟ କରାଯାଇଛି । ସବୁ ସ୍ଥାନାନ୍ତର କ୍ଷେତ୍ରରେ କୋଭିଡ ନିୟମାବଳୀର ପାଳନ କରାଯିବ। ସେହିପରି ଟେଲିକମ୍‌ ଓ ବିଦ୍ୟୁତ ବିଭାଗକୁ ମଧ୍ୟ  ତୁରନ୍ତ ପୁନଃସଂଯୋଗ ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବ ସମ୍ଭାବନା ଥିବା ସମସ୍ତ ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲକୁ ନେବା ପାଇଁ ଜିଲ୍ଲାଗୁଡିକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ ।

   ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଅକ୍‌ସିଜେନ ଯୋଗାଣ ସଂପର୍କରେ ସୂଚନା ଦେଇ କହିଥିଲେ  ଯେ ପର୍ଯ୍ୟାପ୍ତ ପରିମାଣର ଅକ୍‌ସିଜେନ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସବୁ refilling stationକୁ ଅତିରିକ୍ତ ଡିଜି ସେଟ୍‌ ଦିଆଯାଇଛି  ଏବଂ ଜିଲ୍ଲାଗୁଡିକ ସବୁ ଅକ୍‌ସିଜେନ ସିଲିଣ୍ଡର ଗୁଡିକୁ ଆଗୁଆ refilling କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ  । ବାତ୍ୟାର ସମ୍ଭାବନା ଥିଲେ ମଧ୍ୟ ଅନ୍ୟ ରାଜ୍ୟ ଗୁଡିକୁ ପୂର୍ବ ପରି ଅକ୍‌ସିଜେନ ଯୋଗାଣ ଜାରି ରହିବ ବୋଲି ସେ କହିଥିଲେ ।ବୈଠକରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ମାନେ ସେମାନଙ୍କ ପ୍ରସ୍ତୁତି ବିଷୟରେ ସୂଚନା ଦେଇଥିଲେ। ବାଲେଶ୍ବରରେ ୧୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରି ରଖାଯାଇଛି ବୋଲି ସୂଚନା ଦିଆଯାଇଥିଲା ।  ଏହାସହିତ ଅକ୍‌ସିଜେନ ବ୍ୟବସ୍ଥା, ଉଦ୍ଧାର କାର୍ଯ୍ୟ, ଖାଦ୍ୟ, ଔଷଧ ଆଦି ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ଗର୍ଭବତୀ ମହିଳା ମାନଙ୍କ ସ୍ଥାନାନ୍ତର ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି ସେମାନେ କହିଥିଲେ ।

   ଏହି ବୈଠକରେ  ମୁଖ୍ୟମନ୍ତ୍ରୀ ଙ୍କ ପ୍ରମୁଖ ପରାମର୍ଶ ଦାତା , ଡିଜି ଶ୍ରୀ ଅଭୟ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର, ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅଗ୍ନିଶମ ସେବା ଡିଜି ଶ୍ରୀ ଏମ୍‌. ଅକ୍ଷୟ, ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like