-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ଆସୁଛି ବାତ୍ୟା ୟସ୍: ଉପକୂଳ ଛୁଇଁବା ବେଳକୁ ପବନର ବେଗ ୧୮୫ କି.ମି ଛୁଇଁପାରେ

23-May-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି  । ଏହି ଅବପାତ ଉତ୍ତର, ଉତ୍ତର ପଶ୍ଚିମ ଦିଗରେ ଗତି କରିବ ପରେ ତାହା ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ବାତ୍ୟାରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଭେରି ସିଭିୟର ସାଇକ୍ଲନିଷ ଷ୍ଟର୍ମରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ୨୬ ତାରିଖରେ ଅତି ଭୀଷଣ ବାତ୍ୟା ଭାବେ ଏହା ଉପକୂଳ ଅତିକ୍ରମ କରିବ । ୟସ୍ ଉପକୂଳ ଛୁଇଁବା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ରହିପାରେ । ମଝିରେ ମଝିରେ ଏହା ୧୮୫ କି.ମି ମଧ୍ୟ ଛୁଇଁପାରେ । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ- ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ୟସ୍ ପ୍ରଭାବରେ ୨୫ ତାରିଖ ଅପରାହ୍ନରୁ ଉତ୍ତର ଓଡ଼ିଶା ସହିତ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ୨୪ ତାରିଖ ସଂଧ୍ୟାରୁ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ । ୨୫ ସକାଳୁ ୫୦ରୁ ୬୦ କିମି ଓ ୨୬ରେ ପବନ ବେଗ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗଡିଜି ସୂଚନା ଦେଇଛନ୍ତି ।
ଏପଟେ, ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ୧୭ଟି ଏନଡ଼ିଆରଫ, ୨୦ଟି ଓଡ୍ରାଫ, ୧୫୦ଟି ଫାୟାର ଟିମକୁ ଆଜି ବିଭିନ୍ନ ଜିଲ୍ଲାକୁ ପଠାଯିବ । ବାଲେଶ୍ୱର ପାଇଁ ୭ଟି, ଭଦ୍ରକ ପାଇଁ ୪ଟି, କେନ୍ଦ୍ରାପଡ଼ା ପାଇଁ ୩ଟି, ଯାଜପୁର ପାଇଁ ୨ଟି, ମୟୂରଭଂଜ ପାଇଁ ଗୋଟିଏ ଏନଡିଆରଏଫ୍ ଟିମ୍ ମୁତୟନ ହେବ । ଏହାସହ ଆଉ ୪ଟି ଟିମ୍ ଏମର୍ଜେନ୍ସି ପାଇଁ ମୁଖ୍ୟାଳୟରେ ରହିବେ ବୋଲି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି ।
ବାତ୍ୟା ପରେ ଗଛ କାଟିବା ଲାଗି ବନ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବା ପାଇଁ କୁହାଯାଇଛି । ଭାରତୀୟ ନୌସେନା ପୂର୍ବ ନୌ କମାଣ୍ଡ, ଓଡ଼ିଶା ଓ ପଶ୍ଚିମବଙ୍ଗ ଭାରପ୍ରାପ୍ତ ନୌସେନା ଅଧିକାରୀ ବାତ୍ୟା ମୁକାବିଲା ପାଇଁ କାର୍ଯ୍ୟପନ୍ଥା ସ୍ଥିର କରିଛନ୍ତି । ୮ଟି ବନ୍ୟା ରିଲିଫ୍ ଓ ୪ଟି ଡ୍ରାଇଭିଂ ଟିମ୍ ଓଡ଼ିଶା ଓ ପଶ୍ଚିମବଙ୍ଗରେ ସହାୟତା ପାଇଁ ସଜାଗ ଅଛନ୍ତି । ଆଇଏନ୍ଏସ୍ ଡେଗା ଓ ଆଇଏନ୍ଏସ୍ ରଜାଲି ମଧ୍ୟ ପ୍ରସ୍ତୁତ ଅଛନ୍ତି । ଲୋକଙ୍କୁ ସ୍ଥାନାନ୍ତରଣ, ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ଏନଜିଓ ମାନଙ୍କ ସହଯୋଗ ନିଆଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like