-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ପ୍ରସ୍ତୁତି ସମୀକ୍ଷା ବୈଠକ

23-May-2021



ପୁରୀ, (ସମୀର ରଞ୍ଜନ ନାୟକ ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ସମ୍ଭାବ୍ୟ  ବାତ୍ୟା ୟାସର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ।ବାତ୍ୟାର ସଫଳ ମୁକାବିଲା ସହ ଜିରୋ କାଜୁଆଲିଟି ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି । ଜିଲ୍ଲାରେ ରବି ଧାନ ଫସଲ ସଂଗ୍ରହ ଜାରି ରହିଥିବା ବେଳେ ସରକାରୀ ଭାବେ ଘୋଷିତ ୮୬ଟି ମଣ୍ତି ଏବଂ ସମସ୍ତ ପ୍ରାଥମିକ ସେବା ସମବାୟ ସମିତିର ସଂପୃକ୍ତ ଅଧିକାରୀ ମାନଙ୍କୁ ସଜାଗ ରହିବାକୁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି । ଧାନ ସଂଗ୍ରହ ସମସ୍ତ ମଣ୍ତିକୁ ଆରଏମସି ପକ୍ଷରୁ ପର୍ଯ୍ୟାପ୍ତ ପଲିଥିନ ଯୋଗାଇ ଦେବା ସହ ଆସନ୍ତ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ଧାନ ସଂଗ୍ରହ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଅବଧି ଶେଷ ହେବାକୁ ଥିବା ଚାଷୀମାନଙ୍କ ଟୋକନ ଯେଭଳି କାର୍ଯ୍ୟକ୍ଷମ ହୋଇପାରିବ ସେଥି ନିମନ୍ତେ ବ୍ୟବସ୍ଥା କରିବାକୁ ଉଭୟ ଜିଲ୍ଲା ଯୋଗାଣ ଅଧିକାରୀ ଓ ଜିଲ୍ଲା ସମବାୟ ନିବନ୍ଧକଙ୍କୁ ବୈଠକରେ ପରାମର୍ଶ ଦିଆଯାଇଛି । ଚାଷୀମାନେ ନିଜ ସଂଗୃହିତ ଅମଳକୁ ସୁରକ୍ଷିତ ରଖିବେ ସେଥିପାଇଁ ବ୍ୟାପକ ସଚେତନ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । 

ମତ୍ସଜୀବୀ ମାନଙ୍କୁ ସମୁଦ୍ର ଓ ଚିଲିକା ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯିବା ସହ ସମସ୍ତ ମତ୍ସ ପ୍ରାଥମିକ ସମିତିକୁ ବାତ୍ୟା ସଂପର୍କରେ ଅବଗତ କରାଇବାକୁ ଜିଲ୍ଲା ମତ୍ସ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି । ଚିଲିକାରୁ ମାଛ ମାରୁଥିବା ମତ୍ସଜୀବୀ ମାନଙ୍କ ଡଙ୍ଗା ଯେପରି କ୍ଷତିଗ୍ରସ୍ତ ନହୁଏ ସରକାରୀ ଭାବେ ସଚେତନ କରିବାକୁ ବାଲୁଗାଁ ମତ୍ସ ଅଧିକାରୀ ଓ ସମସ୍ତ ପ୍ରାଥମିକ ମତ୍ସ ସମିତିକୁ ଅବଗତ କରିବାକୁ ପରାମର୍ଶ ଦିଆଯାଇଛି । କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁ୍ରୀ ସଦର,ଗୋପ, କାକଟପୁର, ଅସ୍ତରଙ୍ଗ ଭଳି ଉପକୂଳବର୍ତ୍ତୀ ବ୍ଲକରେ ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ପ୍ରସ୍ତୁତ ପୂର୍ବକ ମକ୍ ଡ୍ରିଲ କରିବା ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି ।  ଆବଶ୍ୟକସ୍ଥଳେ ପ୍ରାୟ ଏକ ଲକ୍ଷ ୧୬ ହଜାର ଲୋକଙ୍କୁ ସୁରକ୍ଷିତ  ସ୍ଥାନ ଭାବେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ରଖିବା ସହ ସେମାନଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇ ଦେବାକୁ ପ୍ରଶାସନ ପକ୍ଷରୁ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଥିବା ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ପ୍ରକାଶ କରିଛନ୍ତି । ଏତଦବ୍ୟତୀତ ଔଷଧ ଓ ପଶୁଖାଦ୍ୟ ମହଜୁଦ ଥିବା ଜିଲ୍ଲାପାଳ କହିଛନ୍ତି । ବାତ୍ୟା ପରବର୍ତ୍ତୀ ରାସ୍ତାଘାଟରୁ ଅବରୋଧ ହଟେଇବାକୁ ସଂପୃକ୍ତ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ବ୍ଲକ ପ୍ରଶାସନ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ଗୃହ ସଙ୍ଗରୋଧ ଏବଂ କଚ୍ଚା ଘରେ ରହୁଥିବା କରୋନା ସଂକ୍ରମିତ ମାନଙ୍କୁ କୋଭିଡ ନୀୟମ ପାଳନ ପୂର୍ବକ  କୋଭିଡ କେୟାର ସେଣ୍ଟରକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା କରିବା ପାଇଁ ଜିଲ୍ଲାର ଜରୁରୀକାଳୀନ ବିଭାଗ, ସମସ୍ତ ପ୍ରଶାସନିକ ଅଧିକାରୀ, ବ୍ଲକ ଓ ତହସିଲ, କୃଷି ବିଭାଗ କ୍ଷେତ୍ର ଅଧିକାରୀ,ପୋଲିସ ପ୍ରଶାସନ, ଅଗ୍ନିଶମ, ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗକୁ ପରାମର୍ଶ ଦିଆଯିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଦ୍ବାରା ଜାରି ନିର୍ଦ୍ଦେଶାବଳୀ ଅନୁପାଳନ କରିବା ସହ ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବ ଦେଇଛନ୍ତି । 
ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଜରୁୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଅନିଲ କୁମାର ଦାଶ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଅମରେନ୍ଦ୍ର ମହାପାତ୍ର, ଜିଲ୍ଲା ମତ୍ସ ଅଧିକାରୀ ଶ୍ରୀ ହେମନ୍ତ ଦାଶ, ଜିଲ୍ଲା ସମବାୟ ନିବନ୍ଧକ ଶ୍ରୀ ଭୀମସେନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like