-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ରାଜ୍ୟ

ରାଜ୍ୟର ଜନସାଧାରଣଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିବେଦନ :ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛୁ, ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ, ଡବଲ ମାସ୍କ ପିନ୍ଧନ୍ତୁ ସୁରଷିତ ରୁହନ୍ତୁ

24-May-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର।  ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  କହିଛନ୍ତି ଯେ ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ – କୋଭିଡ ଓ ବାତ୍ୟା ୟଶ  ।  ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲିଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ   ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତର ରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଅନୁରୋଧ କରି ଆହୁରି କହିଛନ୍ତି ଯେ ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା  ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି  ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ  ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି।

ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ ।ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନ ର ସାମନା କରିଥିଲେ  ଏବଂ ଲୋକଙ୍କ

  ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ସେ ମନେପକାଇ ଦେଇଥିଲେ।

   ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ।

ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି  ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ  କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ।

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ ।

  ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କୁ ଦୁଇଟି ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ। ବାତ୍ୟା ଆଶ୍ରୟସ୍ଥଳରେ ଓ ଘରେ ପିନ୍ଧିବା ସହିତ ବାତ୍ୟା ଗଲା ପରେ ମଧ୍ୟ ଦୁଇଟି ମାସ୍କ ପିନ୍ଧିବା ଜାରି ରଖିବାକୁ ସେ ଅନୁରୋଧ କରିଥିଲେ ।ପରିଶେଷରେ ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ସେ ନିବେଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like