-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ*

25-May-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର।  ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  କହିଛନ୍ତି ଯେ ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ କୋଭିଡ ଓ ବାତ୍ୟା ୟଶ  ।  ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲିଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ   ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତର ରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଅନୁରୋଧ କରି ଆହୁରି କହିଛନ୍ତି ଯେ ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା  ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି  ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ  ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି।
ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ ।  ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନ ର ସାମନା କରିଥିଲେ  ଏବଂ ଲୋକଙ୍କ ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ସେ ମନେପକାଇ ଦେଇଥିଲେ।
ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ। ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି  ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ  କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ।
ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କୁ ଦୁଇଟି ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ। ବାତ୍ୟା ଆଶ୍ରୟସ୍ଥଳରେ ଓ ଘରେ ପିନ୍ଧିବା ସହିତ ବାତ୍ୟା ଗଲା ପରେ ମଧ୍ୟ ଦୁଇଟି ମାସ୍କ ପିନ୍ଧିବା ଜାରି ରଖିବାକୁ ସେ ଅନୁରୋଧ କରିଥିଲେ ।ପରିଶେଷରେ ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ସେ ନିବେଦନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like