-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
25-May-2021
ଭୁବନେଶ୍ୱର: ‘ୟାସ୍’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା ସହ ଜଡ଼ିତ ବିଭିନ୍ନ ବିଷୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାର ଏହି ବିପତ୍ତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି ଏବଂ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ଏବଂ ସମ୍ପୂର୍ଣ୍ଣ ସହଯୋଗ ପାଇଁ ପ୍ରସ୍ତୁତ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଧର୍ମେନ୍ଦ୍ର ଟୁଇଟ୍ କରି କରିଛନ୍ତି। ଏଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶାର ଭଉଣୀ, ଭାଇ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସତର୍କତା ସୂଚନାକୁ ମାନିବା ପାଇଁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି। ବାତ୍ୟା ‘ୟାସ୍’ ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଅଧ୍ୟକ୍ଷତାରେ ବାତ୍ୟା ୟାସ୍ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ରାଜ୍ୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ଏବଂ ସରକାରଙ୍କ ସହ ମିଳିତ ସହଯୋଗରେ କାମ କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କୁ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)