-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା: ଫେଲ୍ ମାରିଲା ବନ ବିଭାଗର ବୃକ୍ଷ ପ୍ରତିରୋପଣ ଯୋଜନା

25-May-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): କଥାରେ ଅଛି ବୃକ୍ଷ ହିଁ ଜୀବନ । ଗଛ ନରହିଲେ ସୃଷ୍ଟିରେ ବଂଚିବା ଅସମ୍ଭବ । କିନ୍ତୁ ରାସ୍ତା ସମ୍ପ୍ରସାରଣ ନାମରେ ଲକ୍ଷଲକ୍ଷ ମୂଲ୍ୟବାନ୍ ଗଛ କଟା ଚାଲିଛି । ଫଳରେ ପ୍ରକୃତି ଉପରେ ଏହାର ଗୁରୁତର ପ୍ରଭାବ ପଡ଼ୁଛି । ଏଭଳି ପରିସ୍ଥିତିରେ ଗଛ ନକାଟି ଗଛକୁ କିଭଳି

ବଂଚାଯାଇପାରିବ ସେନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିକାରି ବିଶ୍ୱନାଥ ନୀଳନବର ଏକ ପଦକ୍ଷେପ ନେଇଥିଲେ । ସରକାରଙ୍କ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚକରି ରାଜ୍ୟ ବାହାରୁ ଶ୍ରମିକ ଓ ଯନ୍ତ୍ରାଂଶ ଅଣି ବୃକ୍ଷ ପ୍ରତିରୋପଣ କାମ ମଧ୍ୟ ଆରମ୍ଭ କରିଥିଲେ । ବାଲିଗୁଡ଼ା ବନଖଣ୍ଡ ଅଧିକାରୀଙ୍କ ଏଭଳି ପ୍ରୟାସକୁ ପ୍ରକୃତିପ୍ରେମିମାନେ ବେସ୍ ପ୍ରଶଂସା ମଧ୍ୟ କରିଥିଲେ ସେହି ସମୟରେ । କିନ୍ତୁ କିଏ ଯାଣିଥିଲା ଯେ,ଏହି ଯୋଜନା କେତେ ଫଳପ୍ରଦ ହେବ…?  ଜାତୀୟ ରାଜପଥ ସଂପ୍ରସାରଣ ନାମରେ ଗତ ୨୦୧୯ ମସିହାରେ ବାଲିଗୁଡ଼ା ଅଞ୍ଚଳର ରାସ୍ତାକଡ଼ରେ ଥିବା ୨୬୪୯ଟି ଗଛ କଟାଯିବାର ନିଷ୍ପତି ହୋଇଥିଲା । ସେଥିମଧ୍ୟରୁ ସଂଭାବ୍ୟ ଏକ ହଜାର ମୂଲ୍ୟବାନ ଗଛକୁ ପ୍ରତିରୋପଣ କରିବାକୁ ନିଷ୍ପତି ନେଲେ ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ଏବଂ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ବୃକ୍ଷ ପ୍ରତିରୋପଣ କାର୍ଯ୍ୟ ମଧ୍ୟ କଲେ । ହେଲେ ବର୍ତମାନ ସମୟରେ ପ୍ରତିରୋପଣ କରାଯାଇଥିବା ଗଛ ମଧ୍ୟରୁ ଗୋଟିଏ ମଧ୍ୟ ଗଛ ଜୀବିତ ଦେଖାଯାଉନାହିଁ । ଏଠି ପ୍ରଶ୍ନ ଉଠୁଛି ଗଛ ବଂଚାଇବା ନାମରେ ଯେଉଁ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କାରଗଲା ତାହା କଣ ହେଲା । ନା ଗଛ ବଂଚିଲା ନା ସରକାର ଯୋଗାଇଥିବା ଟଙ୍କାର ମୂଲ୍ୟ  ରହିଲା । ବନବିଭାଗ ଅଧିକାରୀଙ୍କ ଯୋଜନା ଫେଲ୍ ମାରିବାସହ ଏହି ଯୋଜନାରେ ସରକାରଙ୍କ ଲକ୍ଷାଧିକ ଟଙ୍କାର ମୂଲ୍ୟ ରହିଲା ନାହିଁ ବୋଲି 

ସାଧାରଣରେ ଚର୍ଚ୍ଚା ହେଉଛି । ଅନ୍ୟପଟେ ସରକାର ବନ ବିଭାଗର ଉନ୍ନତି ଓ ବନିକାକେଣ ପାଇଁ ରାଜକୋଷରୁ କୋଟିକୋଟି ଟଙ୍କା ଖର୍ଚ୍ଚକରୁଥିବାବେଳେ ଉନ୍ନତି ମୂଳକ କାମନକରି ବନଖଣ୍ଡ ଅଧିକାରୀ ତଳିଆ କର୍ମଚାରୀଙ୍କୁ ଧରି କିଛି ଭିତିରିଆ ସଲାସୁତରାରେ ବ୍ୟସ୍ତ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଂଚଳର ସୁରକ୍ଷାକୁ ଦୃଷ୍ଟିଦେଇ ସରକାରଙ୍କ ଜଙ୍ଗଲ ବିଭାଗ ଓ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବା ଜରୁରୀ ହୋପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like