-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଜିଲ୍ଲାପାଳଙ୍କ ଦ୍ୱାରା ସହରାଞ୍ଚଳ କରୋନା ଯାଞ୍ଚ ଅଭିଯାନ ଆରମ୍ଭ

25-May-2021



ହିଞ୍ଜିଳିକାଟୁ (ଉମା ମହାରଣା) : କରୋନାର ଦ୍ଵିତୀୟ ଲହର ଏବେ ସମସ୍ତଙ୍କ ପାଇଁ ଘାତକ ସାବ୍ୟସ୍ତ ହୋଇଛି।ଭୟଙ୍କର ରୁପ ଧାରଣ କରି ଦିନକୁ ଦିନ ଅତି ମାରାତ୍ମକ ହୋଇଛି କରୋନା ଭୁତାଣୁ। ସଂକ୍ରମଣର ତୀବ୍ରତା ବୃଦ୍ଧି ପାଇବା ସହ ସଂକ୍ରମିତ ଓ ଜନ ସାଧାରଣଙ୍କୁ ଅସ୍ତବ୍ୟସ୍ତ କରି ଚାଲିଛି ଦ୍ଵିତୀୟ ଲହର।ଏହାର ଦୃଢ଼ ମୁକାବିଲା ସକାଶେ ରାଜ୍ୟ ସରକାର ସବୁ ସ୍ତରରେ ଆପ୍ରାଣ ଉଦ୍ୟମ ଜାରି ରଖିଛନ୍ତି।ରାଜ୍ୟବାସୀଙ୍କ ବହୁମୂଲ୍ୟ ଜୀବନର ସୁରକ୍ଷା ସହିତ ଜୀବିକା ପ୍ରତି ଗୁରୁତ୍ୱ ପ୍ରଦାନ କରି ରାଜ୍ୟରେ କୋଭିଡ ମୁକାବିଲା ଲାଗି ଦୃଡ଼ ପରିକର ହୋଇଛନ୍ତି ରାଜ୍ୟ ସରକାର।ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟ ସେବା ପ୍ରତି ଅଗ୍ରାଧିକାର ଦେଇ ଟୀକାକରଣ,ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଓ ପଦକ୍ଷେପ ଗ୍ରହଣ କରି ମୁକାବିଲା ଦିଗରେ ସରକାର ଯତ୍ନଶୀଳ ଓ ତତ୍ପର।ସହର ଠାରୁ ଗ୍ରାମାଞ୍ଚଳ ଯାଏଁ ଦ୍ଵିତୀୟ ଲହରକୁ ପ୍ରତିହତ କରିବା ଲାଗି ସଜାଗ ରହିଛି ଜିଲ୍ଲା ଓ ସ୍ଥାନୀୟ ପ୍ରଶାସନ।ରାଜ୍ୟ ସରକାର ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତତ୍କାଳ ତ୍ୱରିତ ପଦକ୍ଷେପମାନ  ଗ୍ରହଣ କରାଯାଇଛି।ସ୍ଥାନୀୟ ପୌର ପ୍ରଶାସନ ପକ୍ଷରୁ ପୋୖରାଞ୍ଚଳର ୨୧ଟି ୱାର୍ଡରେ ଘରକୁ ଘର ବୁଲି ଅମ୍ଳଜାନ ସ୍ତର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସମ୍ପ୍ରତି କରୋନାର ଦୃଢ଼ ମୁକାବିଲା କରିବା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି କରୋନା ଯାଞ୍ଚ ଅଭିଯାନ।ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଇ ୨୪ରୁ ଅଗଷ୍ଟ ୨୩ ପର୍ଯ୍ୟନ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ଅଭିଯାନ କାର୍ଯ୍ୟକାରୀ ହେବ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପୋୖରାଞ୍ଚଳରେ ଘରକୁ ଘର କରୋନା ଯାଞ୍ଚ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ହିଞ୍ଜିଳିରେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁଙ୍କ ସଂଯୋଜନାରେ ନୂତନ ବସ ଟର୍ମିନାଲ ପରିସରରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ତହସିଲଦାର ପ୍ରଭାତ କୁମାର ପରିଡ଼ା,ବିଡ଼ିଓ ସୁବ୍ରତ କୁମାର ଜେନା,ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ,ପୌର ଯନ୍ତ୍ରୀ ପ୍ରମୋଦ କୁମାର ନାୟକ ଓ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ମିଶ୍ର ପ୍ରମୁଖଙ୍କ ଗହଣରେ ଜିଲ୍ଲାପାଳ କୁଲାଙ୍ଗେ ପତାକା ପ୍ରଦର୍ଶନ କରି କୋଭିଡ ଯାଞ୍ଚ ଗାଡିର ଶୁଭାରମ୍ଭ କରିଥିଲେ।ଏଥିସହ ବୃକ୍ଷ ରୋପଣ,ଉନ୍ନୟନ କାର୍ଯ୍ୟ ଓ କରୋନା ସ୍ଥିତି ସମ୍ପର୍କରେ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ସ୍ୱାସ୍ଥ୍ୟ କର୍ମଚାରୀ କୃତ୍ତିବାସ ପାତ୍ର ଓ ବିନାୟକ ରଥ ପ୍ରଥମେ ଅରୁଣ କୁମାର ସାହୁଙ୍କ ସ୍ୱାବ ସଂଗ୍ରହ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ,ଇ. କିଶନ କୁମାର ପାତ୍ର,ପୌର କର୍ମଚାରୀ,ସ୍ୱଚ୍ଛ ସାଥି,ସ୍ୱଚ୍ଛ ପରିଚାଳିକା ଙ୍କ ସମେତ ଶରତ ଚନ୍ଦ୍ର ସାବତ,କୋରାମଣି ରାଉଳ,ଯୁଧିଷ୍ଠିର ସ୍ୱାଇଁ ଓ ପ୍ୟାରୀ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like