-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ୧୨୮ଟି ଜଳମଗ୍ନ ଗାଁର ସବୁ ପରିବାରକୁ ୭ ଦିନ ପାଇଁ ରିଲିଫ ଘୋଷଣା

27-May-2021



 ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ୧୨୮ଟି ଜଳମଗ୍ନ ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପାଇଁ ରିଲିଫ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାତ୍ୟା ୟାସ ସମୟରେ ସମସ୍ତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ଓ ସହଯୋଗ ପାଇଁ ସମସ୍ତ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ (Community Organizations) NDRF ,ODRF ଏବଂ ପୋଲିସ- ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବାତ୍ୟା ସମୟରେ ରୋଗୀ ମାନଙ୍କୁ ନିରବଚ୍ଛିନ୍ନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

  ଏହାସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ସମସ୍ତ ପ୍ରମୁଖ ରାସ୍ତା ଗୁଡିକ ଯୋଗାଯୋଗ ସ୍ବଭାବିକ କରାଯିବା ଏବଂ ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ ପୁନଃସଂଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

   ମୟୂରଭଂଜର କୁସୁମି ବ୍ଲକ୍‌ରେ  ଏହି ସମୟରେ ସର୍ବାଧିକ ୩୦୫ ମିଲିମିଟର ଓ କେନ୍ଦ୍ରାପଡା ଜିଲ୍ଲାରେ ୨୧୦ ମିଲିମିଟର ବର୍ଷା ହୋଇଥିବା ସଂପର୍କରେ ସେ ସୂଚନା ଦେଇଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5 T) ଶ୍ରୀ ଭି କେ ପାଣ୍ଡିଆନ୍ ଆଲୋଚନା ସଯୋଜନା କରିଥିଲେ ।

  • ସେହିପରି ଅନ୍ୟ ରାଜ୍ୟ ମାନେ ଅକ୍ସିଜେନ ପାଇଁ ଓଡ଼ିଶା ଉପରେ ନିର୍ଭର  କରୁଥିବାରୁ ବାତ୍ୟା ସମୟରେ ଅକ୍ସିଜେନ ଯୋଗାଣ ସୁରୁଖୁରୁରେ ଜାରି ରହି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଓ ଏହି କାର୍ଯ୍ୟ ସହ ସମ୍ପୃକ୍ତ  ସମସ୍ତ ଙ୍କୁ ଧନ୍ୟବାଦ ଦେଇଥିଲେ ।

    ବାତ୍ୟା ଷୟଷତି ସମ୍ପର୍କରେ  ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ଯୋଗୁ ଉଚ୍ଚ ଜୁଆର ଆସି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ୧୨୮ ଗାଁ ଜଳମଗ୍ନ ହୋଇଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହିତ ସଡକ, ବିଦ୍ୟୁତ ଓ ଟେଲି ଯୋଗାଯୋଗ ପ୍ରଭାବିତ ହୋଇଛି । ଏହି ସମୟରେ କୋଭିଡ ହସ୍‌ପିଟାଲ ଗୁଡିକରେ  କିନ୍ତୁ ସ୍ବଭାବିକ ଭାବରେ ଚାଲିଥିଲା ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ ।

       ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ପ୍ରଭାବିତ ଜିଲ୍ଲା ଗୁଡିକରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ଜନସାଧାରଣଙ୍କ ଜୀବନର ସୁରକ୍ଷା ପାଇଁ ସାଢେ ଛଅ ଲକ୍ଷରୁ ଅଧିକ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳ ଓ ଅନ୍ୟାନ୍ୟ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି।

     

   ବାତ୍ୟା ସମୟରେ ଘର ଭାଙ୍ଗିବା ଯୋଗୁ କୌଣସି ଲୋକ ମୃତାହତ ହୋଇଥିବାର ସୂଚନା ନାହିଁ ବୋଲି ସେ କହିଥିଲେ । କିନ୍ତୁ ବାଲେଶ୍ବରରେ ଆଶ୍ରୟସ୍ଥଳରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଏବଂ କେନ୍ଦୁଝରରେ ଘରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଗଛ ପଡିବା ଯୋଗୁ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ବୋଲି ସେ କହିଥିଲେ ।

  ରାସ୍ତା, ବିଜୁଳି, ପାନୀୟ ଜଳ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନରୁଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଛି ଏବଂ ଖୁବଶୀଘ୍ର ପରିସ୍ଥିତି ସ୍ବଭାବିକ ହେବ ବୋଲି ସେ କହିଥିଲେ । ଗଛ ପଡିବା ଯୋଗୁ ରାସ୍ତା ଅବରୋଧ ଦୂର କରିବା ପାଇଁ ଓଡ୍ରାଫ, ଅଗ୍ନିଶମ ଓ ବନ ବିଭାଗ ନିରନ୍ତର ଭାବେ ଗଛ କାଟିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି ବୋଲି ସେ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like