-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜନୀତି

ରେସନ କାର୍ଡ ଆବେଦନ ଠାରୁ ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ଏଣିକି ସବୁ ଅନ୍‌ ଲାଇନ ୫-ଟି କାର୍ଯ୍ୟକ୍ରମରେ ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ - ମୁଖ୍ୟମନ୍ତ

22-Oct-2020



“ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା -  ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣ ଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶୃତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ NFSAରୁ ବାଦ୍‌ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି।  ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବ, ସେଥିପାଇଁ ଅନ୍‌ ଲାଇନ ବ୍ୟବସ୍ଥା ସଂପର୍କରେ ବ୍ୟାପକ ସଚେତନତା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସଂପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକ Making of a Food Secure Odisha କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ । 

ସୂଚନାଯୋଗ୍ୟ ଯେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି । ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀ ମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନ ମାନଙ୍କ ଦ୍ବାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ । ଏସବୁ ସୁବିଧା ଗୁଡିକ www.foododisha.in ରେ Cetizen Services ଲିଙ୍କ୍ ରେ ମିଳିପାରିବ।

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ୫ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶୃତିବଦ୍ଧ ହୋଇ କାର୍ଯ୍ୟ କରୁଛି । ଆଜିର ଏହି ଅନ୍‌ଲାଇନ ସେବା ଗୁଡିକ ଏ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ସଚିବ ଶ୍ରୀ ବୀର ବିକ୍ରମ ଯାଦବ ସମସ୍ତଙ୍କୁ ସ୍ବାଗତ କରି ନୂତନ ସେବା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

ବିଭିନ୍ନ ଜିଲ୍ଲାପାଳ ଏବଂ ଖାଦ୍ୟ ଯୋଗାଣ ବିଭାଗର କ୍ଷେତ୍ର କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like