-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ମହାନଗର

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ ଉପରେ ବୈଠକ,  ମାଷ୍ଟର ପ୍ଲାନ ପ୍ରସ୍ତୁତ ପାଇଁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ଜିଲ୍ଲା ପ୍ରଶାସନକୁ ପରାମର୍ଶ

30-May-2021



ପୁରୀ, (ସମୀର ରଞ୍ଜନ ନାୟକ): ଜିଲ୍ଲାରେ ବାତ୍ୟା ଓ ବନ୍ୟା ନିୟନ୍ତ୍ରଣ ପାଇଁ ଦୀର୍ଘମିଆଦୀ କାର୍ଯ୍ୟକ୍ରମ  ନିମନ୍ତେ ଯୋଜନା ପ୍ରସ୍ତୁତି ସଂକ୍ରାନ୍ତରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ ବୈଠକରେ ଆଲୋଚନା କରିଛନ୍ତି । ପୁରୀ ଜିଲ୍ଲା ପ୍ରତ୍ୟେକ ବର୍ଷ ବାତ୍ୟା ଓ ବନ୍ୟା ଦ୍ବାରା କ୍ଷତିଗ୍ରସ୍ତ ହେଉଥିବା ସୂଚନା ଦେଇ ଶ୍ରୀ ଦାସବର୍ମା ମତବ୍ୟକ୍ତ କରିଥିଲେ ଯେ ପ୍ରୟାଗି ଠାରୁ ସାତପଡା, ସାତପଡାରୁ ପୁରୀ, ପୁରୀରୁ କୋଣାର୍କ, କୋଣାର୍କ ଠାରୁ ଅସ୍ତରଙ୍ଗ ପର୍ଯ୍ୟନ୍ତ ପ୍ରାୟ ୧୬୦ କିଲୋମିଟର ଉପକୂଳବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ଫାଇଲିନ, ତିତିଲି, ହୁଦହୁଦ, ଫନି, ୟାସ ଭଳି ସାମୁଦ୍ରିକ ଝଡ ଦ୍ବାରା ଜନଜୀବନ ଏବଂ ଭିତ୍ତିଭୂମିର ବ୍ୟାପକ କ୍ଷତି ଘଟୁଛି । ସମୁଦ୍ର ଉପକୂଳରେ ଥିବା କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ, ଅସ୍ତରଙ୍ଗ, ପୁରୀ ସଦର, ଗୋପ, କାକଟପୁର ବ୍ଲକ ସବୁବେଳେ କ୍ଷତିଗ୍ରସ୍ତ ହେଉଛି । ଭୟଙ୍କର ବନ୍ୟାଦ୍ବାରା ମହାନଦୀ ଅବବାହିକାର ଶତକଡା ୬୦ ଭାଗ ଜଳରାଶି ଜିଲ୍ଲାର ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା ନଦୀ ଗୁଡିକ ଦେଇ ବଡଗୋଠ ଠାରେ ଚିଲିକାରେ ପହଞ୍ଚି ସମୁଦ୍ର ମଧ୍ୟକୁ ନିଷ୍କାସିତ ହୁଏ ଏବଂ ଛୋଟ ଛୋଟ ବନ୍ୟା ଦ୍ବାରା ପ୍ରତିବର୍ଷ ପିପିଲି, ଡେଲାଙ୍ଗ, କଣାସ, କୃଷ୍ଣପ୍ରସାଦ, ସତ୍ୟବାଦୀ, ବ୍ରହ୍ମଗିରି, ନିମାପଡା ବ୍ଲକ ପ୍ରଭାବିତ ହେଉଥିବା ଶ୍ରୀ ଦାସବର୍ମା ଉଲ୍ଲେଖ କରିଥିଲେ । 

ଗତ ସାମୁଦ୍ରିକ ଝଡ ୟାସର ସଫଳ ମୁକାବିଲା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଦୀର୍ଘ୍ୟମିଆଦୀ କାର୍ଯ୍ୟକ୍ରମ ଗ୍ରହଣ କରିବା ପାଇଁ ଘୋଷଣା କରିଛନ୍ତି । ସାମୁଦ୍ରିକ ଝଡ ଦ୍ବାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳ ଗୁଡିକୁ ବାତ୍ୟା ନିରୋଧକ ବନ୍ଧ, ଲୁଣାବନ୍ଧ ସହିତ ନିରବଚ୍ଛିନ୍ନ ବିଦ୍ୟୁତ ସରାବରାହ ନିମନ୍ତେ ବାତ୍ୟା ପ୍ରତିରୋଧୀ ବିଦ୍ୟୁତ ଭିତ୍ତିଭୂମି ନିର୍ମାଣ ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବ ଦେଇଛନ୍ତି । ସାମୁଦ୍ରିକ ଝଡର ସମ୍ମୁଖୀନ ହେବା  ପାଇଁ ସୁଉଚ୍ଚ ଦୀର୍ଘ୍ୟମିଆଦୀ ବନ୍ଧ ନିର୍ମାଣ ଓ ନିରବଚ୍ଛିନ୍ନ ବିଦ୍ୟୁତ ସରାବରାହ ନିମନ୍ତେ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ତୁରନ୍ତ ପ୍ରଦାନ କରିନବା ପାଇଁ ଶ୍ରୀ ଦାସବର୍ମା ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଉକ୍ତ ଅଞ୍ଚଳରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ଯୋଗାଇ ଦେବା ପାଇଁ ଜିଲ୍ଲା ପକ୍ଷରୁ ରାଜ୍ୟ ସରକାରଙ୍କକୁ ପ୍ରସ୍ତାବ ଦେବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଏଥିସହ ବନ୍ୟାଦ୍ବାରା ବାରମ୍ବାର ପ୍ରଭାବିତ ହେଉଥିବା ଜିଲ୍ଲାର ଲୁଣା, ଦୟା, ଭାର୍ଗବୀ ନଦୀରେ ଜଳ ନିଷ୍କାସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।  ଏ ସଂପର୍କିତ ସମସ୍ତ କାର୍ଯ୍ୟକୁ ଏକ ମାଷ୍ଟର ପ୍ଲାନ ମାଧ୍ୟମରେ ପ୍ରସ୍ତୁତ କରିବା ଉପରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଗୁରୁତ୍ବାରୋପ କରିଥିବା ବେଳେ ତୁରନ୍ତ ଏ ସଂକ୍ରାନ୍ତୀୟ ପ୍ରସ୍ତାବ ପ୍ରସ୍ତୁତ କରି ସରକାରଙ୍କୁ ଅବଗତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । 
 

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଆପଦକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜଳ ସମ୍ପଦ ନିର୍ବାହୀ ଯନ୍ତ୍ରୀ ଶ୍ରୀ ପ୍ରଶାନ୍ତ ଦାଶ, ଡ୍ରେନେଜ ବିଭାଗ ସହାୟକ ନିର୍ବାହୀ ଯନ୍ତ୍ରୀ ବସନ୍ତ ଦାଶ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ ଶ୍ରୀ ରାମ ପ୍ରସାଦ ଆଚାର୍ଯ୍ୟ, ସେସକୋ ଓ ସାଉଥକୋ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like