-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ବାତ୍ୟା ପରିଚାଳନା ସଂପର୍କିତ ବିଭିନ୍ନ ପଦକ୍ଷେପ ସଂପର୍କରେ ଡକୁମେଣ୍ଟେସନ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଭବିଷ୍ୟତ ବିପର୍ଯ୍ୟୟ ପରିଚାଳନା ପାଇଁ ଶିକ୍ଷଣୀୟ ହେବ – ମୁଖ୍ୟମନ୍ତ୍ରୀ

02-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି  ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି ।ଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈ.ଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ  କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ  ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।

    ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।  ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ ।  ୨୩୦ଟି   transformer ଆଜି ସୁଦ୍ଧା ବଦଳାଯାଇ ନୂଆ transformer  ଲଗାଯିବ ବୋଲି ସୂଚନା ଦିଆଯାଇଥିଲା ।  ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।

ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା  ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା।  ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ।

   ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି   ସୂଚନା ଦିଆଯାଇଥିଲା।

ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା ।

 ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।

   ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like