-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା : ସ୍ମାର୍ଟ ସ୍କୁଲ କରିବାକୁ ନେଇ ତେଜୁଛି ବିବାଦ: ସ୍ମାର୍ଟ ସ୍କୁଲ ସରକାରୀ ବିଦ୍ୟାଳୟରେ କରିବାକୁ ଦାବୀ

02-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ମାର୍ଟ ସ୍କୁଲ ତାଲିକାରେ ସ୍ଥାନ ପାଇଥିବା ଏକ ବାଳିକା ଉଚ୍ଚ ବିଦ୍ୟାଳୟକୁ ନେଇ ସୃଷ୍ଟି ହୋଇଛି ବିବାଦ। ଏହି ବିଦ୍ୟାଳୟର ଜମି ଘରୋଇ ମାଲିକାନାରେ ରହିଥିବା ବେଳେ ଏହାର ପରିସରରେ ଏକ ଧର୍ମାନୁଷ୍ଠାନ ରହିଛି। ସେପଟେ ସରକାର ସ୍ମାର୍ଟ ସ୍କୁଲ ନାମରେ ସମସ୍ତ ଜମି ଅକ୍ତିଆରକୁ ନେଇ ଯିବେ ବୋଲି ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି  ବ୍ଲକ ଅଧିନସ୍ଥ ବ୍ରାହ୍ମଣୀଗାଁ ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଘରୋଇ ମାଲିକାନାରେ ରହିଥିବା ଜମିରେ  ସ୍ମାର୍ଟ ସ୍କୁଲ ପ୍ରତିଷ୍ଠା କରାନଯାଇ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ କରିବା ପାଇଁ ଲୋକେ ଦାବି କରୁଛନ୍ତି। ରାଜ୍ୟର ସ୍ମାର୍ଟ ସ୍କୁଲ ତାଲିକାରେ କନ୍ଧମାଳ ଜିଲ୍ଲାର ୧୦ ହାଇସ୍କୁଲ ସ୍ଥାନ ପାଇଛି। ଏହା ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୨ ହାଇସ୍କୁଲ ରହିଛି। ଗୋଟିଏ ହେଲା ସିମନବାଡ଼ି ହାଇସ୍କୁଲ ଏବଂ ଅନ୍ୟଟି ବ୍ରାହ୍ମଣୀଗାଁ ସ୍ଥିତ ପ୍ରଭାତି ତାରା ବାଳିକା ହାଇସ୍କୁଲ। ହେଲେ ପ୍ରଭାତି ତାରା ବାଳିକା ଉଚ୍ଚ ବିଦ୍ୟାଳୟର ଜମି ଘରୋଇ ମାଲିକାନାରେ ରହିଛି। ଏହାର ପରିସରରେ ଏକ ଧର୍ମାନୁଷ୍ଠାନ ରହିଛି। ଯାହାକି ମା ଲୁର୍ଦ୍ଦୁମେରୀଙ୍କ ପୂଜାର୍ଚ୍ଚନା ସ୍ଥଳ। ଯେଉଁଠି ସ୍ଥାନୀୟ ବ୍ରାହ୍ମଣୀଗାଁ ଅଞ୍ଚଳର ଖ୍ରୀଷ୍ଟଆନ ସମ୍ପ୍ରଦାୟର ଲୋକେ  ଦୀର୍ଘ ବର୍ଷ ହେବ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଆସୁଛନ୍ତି। ଏହି ବାଳିକା ଉଚ୍ଚ ବିଦ୍ୟାଳୟକୁ ସରକାର ସ୍ମାର୍ଟ ସ୍କୁଲ ତାଲିକାରେ ସାମିଲ କରିଥିବା ବେଳେ ଧିରେ ଧିରେ ଘରୋଇ ମାଲିକାନାରେ ରହିଥିବା ଜମିକୁ ସରକାର ନିଜ ଅକ୍ତିଆରକୁ ନେଇଯିବେ। ଯାହା ଫଳରେ ଏଠାରେ ରହିଥିବା ପୂଜାସ୍ଥଳକୁ ବାଧା ଆସିବ। ଏହା ଦ୍ୱାରା ପ୍ରାର୍ଥନା ଅଥବା ପୂଜାର୍ଚ୍ଚନା କରିବାରେ ସମସ୍ୟା ସୃଷ୍ଟି ହେବ ବୋଲି ଏବେ ଠାରୁ ସନ୍ଦେହ କରୁଛନ୍ତି ବ୍ରାହ୍ମଣୀଗାଁ ଅଞ୍ଚଳର ଲୋକେ। ଏନେଇ ସ୍ଥାନୀୟ ଲୋକଙ୍କ କହିବା କଥା ସେମାନେ ସରକାରଙ୍କ ସ୍ମାର୍ଟ ସ୍କୁଲକୁ ବିରୋଧ କରୁନାହାନ୍ତି। ହେଲେ ପ୍ରଭାତି ତାରା ବାଳିକା ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲରେ ସାମିଲ କରିବା ପରିବର୍ତ୍ତେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ କରାଯାଉ। ଯାହା ଦ୍ୱାରା ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ଧର୍ମାନୁଷ୍ଠାନକୁ କୌଣସି ବାଧା ଆସିବ ନାହିଁ। ଏହା ସହ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ମାର୍ଟ ସ୍କୁଲ କରାଗଲେ କେବଳ ଝିଅ ପିଲା ନୁହେଁ ଉଭୟ ବାଳକ ବାଳିକା ମଧ୍ୟ ଏହାର ସୁବିଧା ପାଇପାରିବେ ବୋଲି ସ୍ଥାନୀୟ ବାସିନ୍ଦା ମାନେ କହିଛନ୍ତି । ହେଲେ ଏହା ସତ୍ତ୍ୱେ ମଧ୍ୟ ଜିଲ୍ଲା ପ୍ରଶାସନ ଯଦି ଏନେଇ ବିଚାର କରି ପଦକ୍ଷେପ ନ ନିଅନ୍ତି, ତେବେ  ବ୍ରାହ୍ମଣୀଗାଁ ଅଞ୍ଚଳବାସୀ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବୁ ବୋଲି କହିଛନ୍ତି । ଏଥି ପ୍ରତି ଜିଲ୍ଲା ପ୍ରଶାସନ ପୁନଃ ବିଚାର କରି ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like