-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭୁବନେଶ୍ୱରରେ ଇଣ୍ଡିଆନ ଅଏଲର ‘କୋଭିଡ୍-୧୯ ଟିକାକରଣ ଶିବିର’କୁ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ*

03-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଉପଭୋକ୍ତାଙ୍କୁ ତୈଳ ଓ ଗ୍ୟାସ ବିତରଣ ଭଳି ଅତ୍ୟାବଶ୍ୟକ ସେବା ଯୋଗାଉଥିବା କୋଭିଡ୍ ଯୋଦ୍ଧା ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକାକରଣରେ ସାମିଲ କରିବା ଉଦେ୍ଧଶ୍ୟରେ ବୁଧବାର ଭୁବନେଶ୍ୱର ଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ୭ ଦିନିଆ ‘କୋଭିଡ୍-୧୯ ଟିକାକରଣ ଶିବିର’କୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 
ଶ୍ରୀ ପ୍ରଧାନ କହିଛନ୍ତି ଯେ ଇଣ୍ଡିଆନ ଅଏଲର ଚନ୍ଦ୍ରଶେଖରପୁର ସ୍ଥିତ ରାଜ୍ୟ କାର୍ଯ୍ୟାଳୟ ଠାରେ କୋଭିଡ୍ ଯୋଦ୍ଧାମାନଙ୍କ ପାଇଁ ଇଣ୍ଡିଆନ ଅଏଲ ଦ୍ୱାରା ଏହି ମେଗା ଭ୍ୟାକ୍ସିନେସନ ଡ୍ରାଇଭ ଆରମ୍ଭ ହୋଇଛି । ଇଣ୍ଡିଆନ୍ ଅଏଲ୍ ଏଠାରେ ଟିକାକରଣର ବ୍ୟବସ୍ଥା କରିଥିବା ବେଳେ କନଫେଡ଼ରେସନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ସମନ୍ୱୟରେ ଟିକା ଲଗାଇବା ପାଇଁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍ ବିବେଚିତ ହୋଇଛି । ଏହି କମ୍ପାନୀର ପେଟ୍ରୋଲ ପମ୍ପ ଗ୍ରାହକ ଆଟେଣ୍ଡାଂଟ୍, ଏଲପିଜି ଏବଂ ପେଟ୍ରୋଲ ବିତରକ, ତୈଳ ଟ୍ୟାଙ୍କର ପରିବହନ କରୁଥିବା ଚାଳକ ଭାଇ, ଅନ୍ୟାନ୍ୟ କର୍ମଚାରୀ ତଥା ସେମାନଙ୍କ ପରିବାର ସଦସ୍ୟଙ୍କୁ ମାଗଣାରେ ଟିକା ଲଗାଯିବ । ଏହି ଟିକାକରଣ ଶିବିର ୨ ଜୁନରୁ ୮ ଜୁନ୍ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ୨୦୦ ଡୋଜ୍ ଟିକା ଦେବା ପାଇଁ ଯୋଜନା କରାଯାଇଛି । ଇଣ୍ଡିଆନ ଅଏଲ ନିଜସ୍ୱ ଖର୍ଚ୍ଚରେ ଟିକାକରଣ ବ୍ୟବସ୍ଥା କରିଥିବା ବେଳେ ଆନୁଷଙ୍ଗିକ ସହଯୋଗ ଦେଇଥିବାରୁ ସିଆଇଆଇ ଏବଂ ଆପୋଲୋ ହସ୍ପିଟାଲକୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।
ସେ କହିଛନ୍ତି ଯେ କରୋନାର ଦ୍ୱିତୀୟ ଲହରରେ ଉପଭୋକ୍ତା ମାନଙ୍କୁ ନିରନ୍ତର ସେବା ଯୋଗାଇଥିବା ସମସ୍ତ ତୈଳ ଓ ଗ୍ୟାସ କମ୍ପାନୀର କୋଭିଡ୍ ଯୋଦ୍ଧା ମାନଙ୍କ କାର୍ଯ୍ୟ ଓ ସାହାସ ପ୍ରଂଶସନୀୟ । କେନ୍ଦ୍ରୀୟ ରାଷ୍ଟ୍ରାୟତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ(ବିପିସିଏଲ), ହିନ୍ଦୁସ୍ଥାନ ପେଟ୍ରୋଲିୟମ(ଏଚପିସିଏଲ) ଖୁବ ଶୀଘ୍ର ସେମାନଙ୍କ କର୍ମଚାରୀ ଏବଂ ପରିବାର ଲୋକଙ୍କୁ ଟିକା ଦେବେ । ଓଡ଼ିଶାରେ ସରକାରୀ ଏବଂ ବେସରକାରୀ ସ୍ତରରେ ବଡ ବଡ କର୍ପୋରେଟ କମ୍ପାନୀ ଅଛନ୍ତି । ଇଣ୍ଡିଆନ ଅଏଲ, ବିପିସିଏଲ, ଏଚପିସିଏଲ, ସେଲ, ଏମସିଏଲ, ନାଲକୋ, ଏନଟିପିସି, ରେଲୱେ, ପାରାଦୀପ ପୋର୍ଟ, ବିଏସଏନଏଲ, ଏପ୍ରକାର ଅନେକ ଅନେକ ସରକାରୀ ପିଏସୟୁ ଉଦ୍ୟୋଗ ଅଛନ୍ତି । ତତସହ ଏଠାରେ ଟାଟା, ଜିନ୍ଦଲ, ଆର୍ସେଲର ମିତଲ ଭଳି ମଧ୍ୟ ଅଗ୍ରଣୀ କମ୍ପାନୀ ଓଡିଶାରେ କାମ କରୁଛନ୍ତି । ଏହି ସବୁ କର୍ପୋରେଟ୍ ଅନୁଷ୍ଠାନ ଗୁଡ଼ିକ ନିଜ ବ୍ୟବସ୍ଥାରେ କମ୍ପାନୀକୁ ଟିକା କିଣି ନିଜ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକା ଲଗାଇ ଓଡ଼ିଶାର ନାଗରିକ ମାନଙ୍କୁ ଦିଆଯାଉଥିବା ଟିକା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି । 
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କ ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି ସମ୍ବେଦନଶୀଳ । ଏ ଦିଗରେ କରୋନା ମହାମାରୀର ଦ୍ୱିତୀୟ ଲହର ବିରୋଧରେ ଲଢେ଼ଇ କରୁଥିବା ବେଳେ କର୍ପୋରେଟ ଅନୁଷ୍ଠାନର ଏପରି ଟିକାକରଣ ଉଦ୍ୟମ ଭଲ ପଦକ୍ଷେପ । ଅପରପକ୍ଷରେ ଭାରତର ଟିକା ଉତ୍ପାଦନ କ୍ଷମତା ମଧ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ବେଳେ ଜୁଲାଇ ସୁଦ୍ଧା ପ୍ରଦିଦିନ ୧ କୋଟି ଟିକା ଭାରତରେ ପ୍ରସ୍ତୁତ ହେବ ବୋଲି ଆକଳନ କରାଯାଇଛି । ଏ ସବୁର ଟିକାକରଣ ସମସ୍ତଙ୍କ ପ୍ରଚେଷ୍ଟା ଖୁବ ଶୀଘ୍ର ହେବା ପରେ ଏହି ଅଭିଯାନକୁ ଅନ୍ୟ ଅଂଚଳକୁ ମଧ୍ୟ ନିଆଯିବ । ଏହି କଠିନ ସମୟରେ ତୈଳ ଓ ଗ୍ୟାସ କମ୍ପାନୀମାନେ ଓଡିଶାର ଲୋକଙ୍କ ସେବା କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like