-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ଲକଡାଉନରେ ଅଧାରୁ ପାଠପଢ଼ା ଛାଡିଥିବା ପିଲାଙ୍କ ରିପୋର୍ଟ ହେବ ପ୍ରସ୍ତୁତ

07-Jun-2021



 ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜ୍ୟରେ ଗତ ଦେଢ଼ ବର୍ଷ ହେବ ଶ୍ରେଣୀ ଶିକ୍ଷା ବନ୍ଦ ରହିଛି । ମାଟ୍ରିକ ପରୀକ୍ଷା ବାତିଲ ହୋଇଥିବା ବେଳେ ନବମ ଶ୍ରେଣୀ ପିଲାଙ୍କୁ ଚଳିତବର୍ଷ ବିନା ପରୀକ୍ଷାରେ ଦଶମକୁ ଉର୍ତ୍ତୀର୍ଣ୍ଣ ମଧ୍ୟ କରାଯାଇଛି । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ରାଜ୍ୟରେ କେତେ ଛାତ୍ରଛାତ୍ରୀ ଅଧାରୁ ପାଠ ଛରଡିଛନ୍ତି ତାହାର ଜିଲ୍ଲାୱାରୀ ରିପୋର୍ଟ ତଲବ କରାଯାଇଛି । ତେବେ ଏହି ଦାୟତ୍ୱ ସମ୍ପୃକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଦିଆଯାଇଥିବା ବେଳେ ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ଚୂଡାନ୍ତ ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ । କେଉଁ କାରଣରୁ ପିଲାମାନେ ଅଧାରୁ ପାଠ ଛାଡିଛନ୍ତି ଏବଂ ସେମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ରିପୋର୍ଟ ପ୍ରସ୍ତୁତ କରାଯିବ ।
ମିଳିଥିବା ତତ୍ୟ ଅନୁଯାୟୀ, ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ  ସ୍କୁଲ ସଂଖ୍ୟା ୭୧୯୦ଟି ରହିଛି । ସେହିପରି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ମୋଟ ୫୯ଲକ୍ଷ ୭୨ହଜାର ୮୭୦ ପିଲା ରହିଛନ୍ତି । ରାଜ୍ୟରେ ଡ୍ରପଆଉଟ୍ ସଂଖ୍ୟା ଗତ ୫ବର୍ଷ ମଧ୍ୟରେ ସର୍ବାଧିକ ହ୍ରାସ ପାଇଥିଲେ ହେଁ ଅନେକ ସମୟରେ ବିଭିନ୍ନ ସହରରେ ବାସକରୁଥିବା ଦିନ ମଜୁରିଆ ତଥା ଗରିବ ପରିବାର ସହର ଛାଡି ଅନ୍ୟତ୍ର ଚାଲିଯାଇଥାନ୍ତି । ସ୍କୁଲରୁ ପିଲାଙ୍କ ଟିସି ନନେଇ ପିଲାମାନେ ସ୍କୁଲ ଛାଡିଥାନ୍ତି । ଫଳରେ ପ୍ରତିବର୍ଷ କେତେ ପିଲା ସ୍କୁଲ ଛାଡିଥାନ୍ତି ତା’ର ତଥ୍ୟ ସ୍ପଷ୍ଟ ହୋଇପାରିନଥାଏ ।
ତେବେ କୋଭିଡ ଲାଗି ରାଜଧାନୀ ସମେତ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, କଟକ, ପୁରୀ ଆଦି ପ୍ରମୁଖ ସହରରୁ ଅନେକ ଗରିବ ପରିବାର ନିଜ ଅଞ୍ଚଳକୁ ଚାଲିଯାଇଛନ୍ତି । ଫଳରେ ସେମାନଙ୍କ ପିଲାମାନେ ସ୍କୁଲ ଛାଡିଛନ୍ତି । ସ୍କୁଲ ଖୋଲିନଥିବାରୁ ପକୃତ ପକ୍ଷେ କେତେ ପିଲା ନିଜ ସହର ଛାଡିଛନ୍ତି ତାହା ଜଣାପଡ଼ି ନାହିଁ । ଚଳିତବର୍ଷ ସ୍କୁଲ ଖୋଲିବା ପରେ ପ୍ରଧାନଶିକ୍ଷକ ପିଲାଙ୍କ ଉପସ୍ଥାନ ଏବଂ ଆଧାର ଲିଙ୍କ ତଥ୍ୟ ରିପୋର୍ଟ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରିବେ । ସ୍କୁଲ ଛାଡିଥିବା ପିଲାମାନେ କେଉଁ କାରଣରୁ ସ୍କୁଲ ଛାଡିଛନ୍ତି ତାହାର ଯାଞ୍ଚ କରିବା ସହ ସେମାନଙ୍କ ଅଭିଭାବକଙ୍କ ସହ ଯୋଗାଯୋଗ କରିବାକୁ ନିଦେ୍ର୍ଧଶ ଦିଆଯାଇଛି ।
ତେବେ ଯେଉଁ ପିଲାମାନେ ସହର ଛାଡିଛନ୍ତି ସମ୍ପୃକ୍ତ ପିଲାମାନେ ଯେଉଁ ଅଞ୍ଚଳକୁ ଯାଇଛନ୍ତି ସେଠାରେ କିପରି ସ୍କୁଲକୁ ଫେରିବେ ସେଥିଲାଗି ବିଭାଗ ପକ୍ଷରୁ ଉଦ୍ୟମ କରାଯିବ । ତେଣୁ ଯେଉଁ ପିଲାମାନେ ସ୍କୁଲ ଛାଡିଛନ୍ତି ସେମାନଙ୍କ ନାମ ଏବଂ ପରିବାର ତଥ୍ୟ ସବିଶେଷ ବିବରଣୀ ସଂଗ୍ରହ କରିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଗଣାିକ୍ଷା ବିଭାଗର ଜଣେ ବରିଷ୍ଟ ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like