-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ଆରମ୍ଭ ହେଲା ପ୍ରାକ୍ ମୌସୁମୀ ବର୍ଷା

07-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳରୁ ଅଗ୍ରସର ହୋଇ ଉପକୂଳ କର୍ଣ୍ଣାଟକ, ଗୋଆ ଓ ମହାରାଷ୍ଟ୍ରର କେତେକ ଅଞ୍ଚଳ ଅତିକ୍ରମ କରିଛି । ଏହାସହ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶର କେତେକ ଅଞ୍ଚଳ ମୌସୁମୀ ବାୟୁ ଛୁଇଁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ସୋଲାପୁର, ରାଇଚୁର, କର୍ଣ୍ଣୁଲ, ତିରୁପତି ଓ କଡଲୁରରେ ବର୍ଷା ଆରମ୍ଭ ହୋଇଛି । ଏଥିସହ ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର ରାଜଘାଟରେ ସ୍ୱଳ୍ପ ଧରଣର ବର୍ଷା ରେକର୍ଡ କରାଯାଇଛି ।
ଏନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିଦେ୍ର୍ଧଶକ ଏଚ୍ଆର ବିଶ୍ୱାସ ସୂଚନା ଦେଇଛନ୍ତି, ୮ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ଓ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୯ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ୯ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଉତ୍ତର ଉପକୂଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି । ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ଏମିତି ପାଗ ରହିବ ଓ ୮-୯ ତାରିଖ ଆଡ଼କୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି ।
ଅନ୍ୟପଟେ ସୋମବାରଠୁ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ପରିମାଣ ବୃଦ୍ଧିପାଇବ । ଗୁରୁଚାପ ବଳୟ ସ୍ଥାନାନ୍ତରଣ ହେଉଥିବାବେଳେ ଏହା ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ପାଇଁ ପାଗ ଅନୁକୂଳ ହୋଇଛି । ଫଳରେ ସୋମବାର ଅଧା ଓଡ଼ିଶା ଅର୍ଥାତ୍ ୧୫ ଜିଲ୍ଲା ବର୍ଷାରେ ଭିଜିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ପାଇଁ ସତର୍କତା ଜାରି କରାଯାଇଛି । ଆସନ୍ତା ୧୦ରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ତ୍ତମାନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାରେ ଲାଗିଛି ।
ଏହା ପ୍ରଭାବରେ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିବ । ୧୨ ତାରିଖଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହେବା ସହ ୧୩ ଜିଲ୍ଲାକୁ କାଳବେଶାଖୀ ସମ୍ଭାବନା ରହିଛି । ସେହିପରି ୮ ତାରିଖ ଅର୍ଥାତ୍ ମଙ୍ଗଳବାର ନୂଆପଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଏନେଇ ରାଜ୍ୟ ଏସ୍ଆର୍ସି ପ୍ରଦୀପ ଜେନା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି । ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨.୪ ଡିଗ୍ରୀ ରେକର୍ଡ ହୋଇଛି । ଏହାବାଦ୍ ଅନ୍ୟ ୪ ସହରରେ ପାରଦ ୪୦ ଡିଗ୍ରୀ ଡେଇଁଛି । ବଲାଙ୍ଗିର ଓ ସୁନ୍ଦରଗଡ଼ରେ ପାରଦ ୪୧ ଡିଗ୍ରୀ ଥିବାବେଳେ ବୌଦ୍ଧ ଓ ଭବାନୀପାଟଣାରେ ପାରଦ ୪୦ ଡିଗ୍ରୀ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like