-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

କୋଭିଡ ମୁକାବିଲା ପାଇଁ ଶିଶୁ ମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ: ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର, ତାଲିମ ନେବେ ୧୧୧୪ ଡାକ୍ତର ଦୈନିକ ଟିକାଦାନକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କମ୍ ସକ୍ରମଣ ହାର ଥିବା ଜିଲ୍ଲା ରେ ଅନ୍ ଲକ୍ ପ୍ରକ୍ରିୟା ଆରମ୍ଭ ବିଷୟ ସରକାର ବିଚାର କରୁଛନ୍ତି ମୁଖ୍ୟମନ୍ତ୍ରୀ

08-Jun-2021



ଭୁବନେଶ୍ଵର (ପ୍ରେରଣା ଖବର ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ ।   ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ କରିଥିଲେ ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଥିଲେ  । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ବିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ । ତାସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

  କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ତୃତୀୟ ଲହର ପାଇଁ ଗଠିତ Technical Task force committeeର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସେହିପରି Black Fungus ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍‌ଧତାରେ ଉନ୍ନତି ଘଟିଛି  ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କିନ୍ତୁ ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‌-ଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନ ଥିବା ଆଶ୍ବସ୍ତିର ବିଷୟ । ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ICU ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍‌ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ ।

କୋଭିଡର ସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ଶ୍ରୀ ପି.କେ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation Bed, ୬୧୦ ICU Bed ପ୍ରସ୍ତୁତ ରଖାଯାଇଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ । ଏହାସହିତ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ବର ଓ କଟକ ମୁନିସ୍‌ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like