-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଅପରାଧ

ମହାନଦୀ କୂଳ ହାଡିଆ ପଠା ରୁ ଧରାପଡ଼ିଲେ ୬ ଡକାୟତ ବନ୍ଧୁକ, ଗୁଳି, ଗାଡ଼ି ଓ ମୋବାଇଲ୍ ଫୋନ୍ ଜବତ

11-Jun-2021



କଟକ : ମହାନଦୀ କୂଳ ହାଡ଼ିଆ ପଠାରେ ଡକାୟତି ଷଡ଼ଯନ୍ତ୍ର କରୁଥିବା ଏକ ଗ୍ୟାଙ୍ଗ୍‌ର ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୁଲିସ କାବୁ କରିଛି। ସେମାନଙ୍କ ନିକଟରୁ ବନ୍ଧୁକ, ଗୁଳି, ଗାଡ଼ି ଓ ମୋବାଇଲ୍ ଫୋନ୍ ଇତ୍ୟାଦି ଜବତ କରାଯାଇଛି। ପୁଲିସ ସହ ଧସ୍ତାଧସ୍ତ‌ିରେ ଧରା ପଡ଼ିଥିବା ଏହି ଅପରାଧୀମାନେ କଟକ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅପରାଧ ଘଟାଉଥିବା ପୁଲିସ ସୂଚନା ଦେଇଛି। ଧରା ପଡିଥିବା ଅଭିଯୁକ୍ତମାନେ ହେଲେ ଯାଜପୁର ମଙ୍ଗଳପୁରର ବିଟୁ ଓରଫ ବିଶ୍ଵଜିତ ଦାସ(୩୨), କଟକ ସଦରର ସଂଜୟ ସାମଲ(୩୦), ଜଗତପୁରର ଟିକିନା ଓରଫ ପ୍ରଶାନ୍ତ ବାରିକ(୪୧), ନିଆଳିର କଇଁ ଓରଫ ଶୁଭଦର୍ଶନ ଦାସ(୨୪), ଭଦ୍ରକ ଧୂଷୁରୀର ବୁଟୁ ନାୟକ(୩୫) ଓ ଜଗତସିଂହପୁର ରଘୁନାଥପୁରର ରାଜା ଓରଫ ରାଜେଶ ଖଟୁଆ (୩୫)।

ରାଜା ପୂରା ଗ୍ୟାଙ୍ଗକୁ ନିୟନ୍ତ୍ରଣ କରୁଥିବା ବେଳେ ଅନ୍ୟମାନେ ତାକୁ ସହଯୋଗ କରୁଥିଲେ। ରାଜା ଏଭଳି ଦୁଇ, ତିନିଟି ଗ୍ୟାଙ୍ଗକୁ ନିୟନ୍ତ୍ରଣ କରୁଥିବା ପୁଲିସ ଜାଣିବାକୁ ପାଇଛି। ପୁଲିସ ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ୯ ଏମ୍‌ଏମ୍‌ ପିସ୍ତଲ, ୭.୬୫ ଅଟୋ ପିସ୍ତଲ, ଦେଶୀ ସିକ୍ସର ରିଭଲଭର୍‌, ଦେଶୀ ରିଭଲଭର୍‌, ଦେଶୀ ସିଙ୍ଗଲ୍‌ ସର୍ଟ ପିସ୍ତଲ, ୩୦ଟି ଅଫୁଟା ଗୁଳି, ହୋଣ୍ଡା ଆକ୍ଟିଭା ସ୍କୁଟର, ୟାମା ଆର୍‌ ୧୫ ବାଇକ୍ ଓ ୬ଟି ମୋବାଇଲ ଫୋନ ଜବତ କରିଛି। ମହାନଦୀର ହାଡ଼ିଆ ପଠାରେ ଏହି ଅପରାଧ ଗ୍ୟାଙ୍ଗ୍‌ ଏକାଠି ହୋଇଥିବା ସଂପର୍କରେ ଖବର ପାଇ ମଙ୍ଗଳାବାଗ ଥାନା ପୁଲିସ ଆଇଆଇସି ଅମିତାଭ ମହାପାତ୍ରଙ୍କ ନେତୃତ୍ବରେ ସେଠାରେ ଅତର୍କିତ ଚଢ଼ଉ କରାଯାଇଥିଲା। ପୁଲିସ ଚାରି ପଟୁ ଘେରି ଯିବାରୁ ଏହି ଅପରାଧୀମାନେ ଆଉ ଖସି ଯାଇ ପାରିନଥିଲେ।

   ଜେରା ସମୟରେ ସେମାନେ ମଙ୍ଗଳାବାଗ ହାୱଡା ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା କରୁଥିବା ସ୍ବୀକାର କରିଥିଲେ। ଏହି ଗ୍ୟାଙ୍ଗ୍‌ କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ଵର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ଜଗତସିଂହପୁର, ବ୍ରହ୍ମପୁର ଓ ଗଞ୍ଜାମ ଜିଲ୍ଲାରେ ଅପରାଧିକ କାର୍ଯ୍ୟକଳାପରେ ସମ୍ପୃକ୍ତ ଅଛନ୍ତି। ଏହି ଗ୍ୟାଙ୍ଗର ବିଟୁ ଓରଫ ବିଶ୍ଵଜିତକୁ ୩ ଦିନ ରିମାଣ୍ଡ୍‌ରେ ଆଣିବାକୁ ପୁଲିସ ଆବେଦନ କରିଛି। ବିଟୁ ବିରୋଧରେ ଲକ ଥାନା ସମେତ ପାରାଦୀପ, ଆଳି, ବିଞ୍ଝାରପୁର ଥାନାରେ ସର୍ବାଧିକ ୧୩ଟି ଅପରାଧିକ ମାମଲା ରହିଛି। ରାଜା ବିରୋଧରେ ପାରାଦୀପ, ଡେରାବିଶ, ରଘୁନାଥପୁର ଓ କନ୍ଦରପୁର ଥାନାରେ ୬ଟି ମାମଲା, କଇଁନ ବିରୋଧରେ ଜଗତପୁର, କନ୍ଦରପୁର ଓ ନିଆଳିରେ ୪ଟି ଓ ଟିକିନା ବିରୋଧରେ ଜଗତପୁର, ସଦର ଓ ମଙ୍ଗଳାବାଗ ଥାନାରେ ୪ଟି ମାମଲା ରହିଛି।

   ଏମାନେ ମୁଖ୍ୟତଃ ବନ୍ଧୁକ କାରବାର, ଚୋରି, ଡକାୟତି ଓ ହତ୍ୟା ଉଦ୍ୟମ ଭଳି ସଙ୍ଗିନ୍‌ ଅପରାଧରେ ସଂପୃକ୍ତ ଅଛନ୍ତି। ଏହି ଗ୍ୟାଙ୍ଗକୁ ବନ୍ଧୁକ ଯୋଗାଉ ଥିବା ଅପରାଧୀଙ୍କୁ ପୁଲିସ ଧରିବାକୁ ଯୋଜନା ଚଳାଇଛି। କଟକ କମିସନରେଟ୍‌ ପୁଲିସ ଗଲା ୩ ମାସ ଭିତରେ ୩୦ଟି ବନ୍ଧୁକ ଓ ୨୫୦ରୁ ଅଧିକ ଗୁଳି ଜବତ କରିଛି। ଆଗକୁ ଏଭଳି ଗ୍ୟାଙ୍ଗ୍‌ ବିରୋଧରେ ଦମନ ଅଭିଯାନ ଜୋରଦାର ହେବ ବୋଲି ପୁଲିସ କମିସନର୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like