-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜୀବନଶୈଳୀ

ରକତ ରେ ନାହିଁ ଜାତି ଅଜାତି ରକ୍ତ ଦାନ ପାଇଁ ରଖିବା ପ୍ରିତୀ

13-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ବିଶ୍ୱ ରକ୍ତଦାନ ଦିବସ ପ୍ରତିବର୍ଷ ଜୁନ ୧୪ ତାରିଖରେ ପାଳିତ ହୋଇ ଆସୁଛି l ୨୦୦୪ ମସିହାରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଏହି ଦିନକୁ ରକ୍ତଦାନ ଦିବସ ରୁପେ ଘୋଷଣା କରାଯାଇଛି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି ସୁରକ୍ଷିତ ରକ୍ତ ଦାନର ଆବଶ୍ୟକତା ଓ ଉପକାରିତା ବିଷୟରେ ସଚେତନତା ସହ ରକ୍ତ ଦାତା ଙ୍କୁ  ପ୍ରୋତ୍ସାହିତ ସୃଷ୍ଟି କରିବା । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ବିଶ୍ୱ ସାର୍ବଜନିନ  ସ୍ୱାସ୍ଥ୍ୟ ରକ୍ଷା ଅଭିଯାନ ଅନ୍ତର୍ଗତ ଯେଉଁ ଆଠୋଟି କାର୍ଯ୍ୟକ୍ରମ ପାଳିତ ହେଉଅଛି, ତନ୍ମଧ୍ୟରୁ ବିଶ୍ୱ ରକ୍ତଦାନ ଦିବସ ସ୍ୱତନ୍ତ୍ର । ଅନ୍ୟ ସାତୋଟି ହେଲା .ବିଶ୍ୱ ମ୍ୟାଲେରିଆ ଦିବସ, ବିଶ୍ୱ ଟୀକାକରଣ ସପ୍ତାହ, ବିଶ୍ୱ ଯକ୍ଷ୍ମl ଦିବସ,ବିଶ୍ୱ ତମାଖୁ ଦିବସ,ବିଶ୍ୱ ହେପାଟାଇଟିସ ଦିବସ,ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଓ ବିଶ୍ୱ ଏଡସ୍ ଦିବସ ର ମଧ୍ୟ ଅନେକ ଗୁରୁତ୍ୱ ରହି ଆସିଛି l
ଟ୍ରାନସ୍‌ଫ୍ୟୁଜନ ପ୍ରଣାଳୀରେ ରକ୍ତଦାନ ଦ୍ୱାରା ଜୀବନ ନାଶକାରୀ ଅନେକ ରୋଗରୁ ଲୋକଙ୍କୁ ରକ୍ଷା କରାଯାଇପାରୁଛି । ଅନେକ ପ୍ରକାର ଜଟିଳ ଅସ୍ତ୍ରୋପଚାର ନିମିତ୍ତ ରକ୍ତର ଆବଶ୍ୟକତା ରହିଛି  ଯାହାକି ଏହି ରକ୍ତ ଅଭାବରେ କୌଣସି  ଅସ୍ତ୍ରୋପଚାର ହୋଇପାରିବ ନାହିଁ । ପୁଣି କୌଣସି ଦୁର୍ଘଟଣା ଜନିତ ରକ୍ତସ୍ରାବ କିମ୍ବା ଶିଶୁ ପ୍ରସବ ସମୟରେ ଅତ୍ୟଧିକ ରକ୍ତସ୍ରାବ ଯୋଗୁଁ ରୋଗୀ ମୃତ୍ୟୁ ମୁଖରେ ପଡିବାର ସମ୍ଭାବନା ଥିବାରୁ ସେଭଳି ସ୍ଥଳରେ ରୋଗୀପାଇଁ ରକ୍ତ ନିତାନ୍ତ ଆବଶ୍ୟକ ହେଉଛି  l ତେବେ ସୁରକ୍ଷିତ ରକ୍ତ ସହିତ ଉପଯୁକ୍ତ ଗ୍ରୁପ ର ରକ୍ତ ନ ମିଳିଲେ ତାହା ପୁଣି ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ । ମଣିଷ ଶରୀର ର ରକ୍ତର କୌଣସି ବିକଳ୍ପ ନ ଥିବାରୁ ରକ୍ତ ଦାନ ମାଧ୍ୟମରେ ଏହା ସଂଗ୍ରହ କରିବା ଜରୂରୀ ହୋଇପଡିଛି । ଏହି ଉଦ୍ଦେଶ୍ୟରେ ସବୁ ଜାଗାରେ  ନୂତନ ବ୍ଲଡ଼ ବ୍ୟାଙ୍କ ଗୁଡିକ ପ୍ରତିଷ୍ଠା କରାଯାଇ ରକ୍ତ ଦାନ ପାଇଁ ଲୋକଙ୍କୁ ଓ ରକ୍ତଦାତାଙ୍କୁ  ପ୍ରୋତ୍ସାହିତ  କରାଯାଉଛି । 

ସୁବର୍ଣ୍ଣପୁର ଜିଲ୍ଲା    ରେ କିନ୍ତୁ ଏବେ   ମଧ୍ୟ କିଛି ସମସ୍ୟା ରହିଛି  ଯାହା କି ଏ ପର୍ଯ୍ୟନ୍ତ ସମାଧାନ ହୋଇ ପାରି ନାହିଁ, ଯେପରି କି ସୁବର୍ଣ୍ଣପୁର ଜିଲ୍ଲାର ରକ୍ତ ସଂଗ୍ରହ କରିବା ସକାଶେ ଗୋଟାଏ  ବି ଭ୍ୟାନ୍,  ସ୍ବତନ୍ତ୍ର ଆଇସ ବକ୍ସ, ବିଭିନ୍ନ ଜରୁରୀ ଉପକରଣ ର ବ୍ୟବସ୍ଥା ନାହିଁ । ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଥିବା  ବ୍ଲଡ଼ ଷ୍ଟୋରେଜ ସେଣ୍ଟର  ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ପାରି ନାହିଁ ଓ ତା ଠାରୁ ଆହୁରି ଲଜ୍ଜା ଓ ଦୁଃଖର ବିଷୟ ଯେ  ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନାକୁ  ଅଧିକାଂଶ  ରୋଗୀ ବୌଦ୍ଧ ଜିଲ୍ଲା ରୁ ଆସୁଥିବା ସତ୍ବେ ମଧ୍ୟ    ସୁବର୍ଣ୍ଣପୁର ଜିଲ୍ଲାର ରକ୍ତ ଭଣ୍ଡାରକୁ ବୌଦ୍ଧ ଜିଲ୍ଲା ରେ ରକ୍ତ ସଂଗ୍ରହ କରିବାକୁ ପ୍ରଶାସନ ପକ୍ଷରୁ ଅନୁମତି ମିଳୁନାହିଁ । ତଥାପି ମଧ୍ୟ କରୋନା ମହାମାରୀ  ଭଳି ମହା ସଙ୍କଟ ବେଳେ ରାଜ୍ୟ ରକ୍ତ ଦାତା ସଂଘ  ସୋନପୁର ଶାଖା,  ବିଭିନ୍ନ  ସ୍ବେଛାସେବୀ ସଂଗଠନ, ସ୍ଵେଚ୍ଛାକୃତ ଯୁବ  ରକ୍ତଦାତା  ଓ  ବ୍ଲଡ଼ ବ୍ୟାଙ୍କ କର୍ମଚାରୀ ଙ୍କ ଦୃଢ଼ ଇଚ୍ଛା ଶକ୍ତି, ଉତ୍ସାହ,  ଉତ୍ସର୍ଗୀକୃତ ସେବା, ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ଗତ ବର୍ଷ ୨୦୨୦  ରେ ସୁବର୍ଣ୍ଣପୁର ଜିଲ୍ଲାର ରକ୍ତ ଭଣ୍ଡାର ଜ଼ିଲ୍ଲା ର ବିଭିନ୍ନ ଅଂଚଳ ରେ  ୧୦୦ ଗୋଟି  ରକ୍ତଦାନ ଶିବିର ଆୟୋଜନ  କରି ୩୦୦୦ରୁ ଉର୍ଦ୍ଧ୍ୱ ୟୁନିଟ ରକ୍ତ ସଂଗ୍ରହ କରି  ଏକ ମାଇଲ ଖୁଣ୍ଟ କୁ ଅତିକ୍ରାନ୍ତ କରିଛି ଏବଂ ଦୀର୍ଘ ୧୮ ବର୍ଷ ର ରେକର୍ଡ ଭାଙ୍ଗିଛି l ଯାହାକି ଏକ  ସ୍ୱାଗତ ଯୋଗ୍ୟ ପଦକ୍ଷେପ ଅଟେ l ବର୍ତମାନ  ଅନେକ ଲୋକଙ୍କ ରକ୍ତ ହୀନତା ଓ  ରକ୍ତ ର ଅଭାବ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ବେଳେ ଆଗାମୀ ଦିନରେ ଏହି  ରକ୍ତ ଦାନ କାର୍ଯ୍ୟକ୍ରମକୁ ଏକ ସ୍ବତନ୍ତ୍ର ଆନ୍ଦୋଳନ ଭାବରେ କାର୍ଯ୍ୟ କରି ଏ ଦିଗରେ ରୋଗୀ ଙ୍କ ସମ୍ପର୍କୀୟ , ଓ ସାଧାରଣ  ଲୋକଙ୍କ  ମଧ୍ୟରେ ସଚେତନତା ଓ ଉତ୍ସାହ  ବଢାଇବା ଉଦ୍ଦେଶ୍ୟରେ ଆହୁରି  ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯିବ ଓ ଏଥି ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା  ବୋଲି ରାଜ୍ୟ ରକ୍ତଦାତା ସଂଘ ଜ଼ିଲ୍ଲା କାର୍ଯ୍ୟକର୍ତ୍ତା  ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ