-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ବାଲିଗୁଡା : ପୋଲିସ ପଞ୍ଝାରେ ୪ଜଣ ନକଲି ମାଓବାଦୀ : ଟଙ୍କା ଓ ସୁନା ସହ ବିଭିନ୍ନ ମାରଣାସ୍ତ୍ର ଜବତ

16-Jun-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ୍‌ ପଞ୍ଝାରେ ୪ଜଣ ଫେକ୍‌ ମାଓବାଦୀ ବୁଧବାର ଧରାପଡିଛନ୍ତି  । ପ୍ରକାଶ ଯେ, ଚଳିତ ମାସ  ୧୦ତାରିଖ ରାତିରେ ନିଜକୁ ମାଓବାଦୀର ପରିଚୟ ଦେଇ ଦାରିଙ୍ଗବାଡ଼ି ଥାନା ମକପାଟା ଗାଁ ର ପ୍ରମୋଦ ପ୍ରଧାନ ଓ ଟେପାରୀ ଗାଁ ର ବିଶ୍ୱନାଥ ପ୍ରଧାନଙ୍କ ପରିବାର ଲୋକଙ୍କୁ ଧମକାଇ ଟଙ୍କା, ସୁନା ଡାଲି, ଚାଉଳ ଲୁଟି

ନେଇଥିଲେ ୬ଜଣ ଦୁର୍ବୃତ୍ତ । ଘଟଣାକୁ ନେଇ ଦୁଇ ପରିବାର ଭୟଭୀତ ହୋଇପଡ଼ିଥିଲେ । ପରବର୍ତ୍ତୀ ସମୟରେ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିଲେ ଉଭୟ ପରିବାର । ଅଭିଯୋଗ ପ୍ରକାରେ ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସାଇବର ଏକ୍ସପୋର୍ଟ ସବ୍‌ ଇନ୍ସପେକ୍ଟର ଶୌମ୍ୟକାନ୍ତ ପଣ୍ଡାଙ୍କ ବଳିଷ୍ଠ ଉଦ୍ୟମରେ ଘଟଣାର ୫ଦିନ ଭିତରେ ଫେକ୍‌ ମାଓବାଦୀ ଗ୍ୟାଙ୍ଗର ୪ଜଣକୁ ଗିରଫ କରିବାରେ ପୋଲିସ୍‌ ସଫଳ ହୋଇଥିବାବେଳେ ଆଉ ଦୁଇ ଜଣ ଏବେବି ଫେରାର୍‌ ଥିବା ଜଣାପଡ଼ିଛି । ଗିରଫ ଚାରିଜଣ ସିମନବାଡ଼ି ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଗତ ୧୦ ତାରିଖ ରାତିରେ ମକପାଟା ଗାଁ ର ପ୍ରମୋଦ ପ୍ରଧାନ ନିଜ ଦୋକାନ ଘରେ ପରିବାର ସହ ଶୋଇଥିବା ବେଳେ ୬ଜଣ ଦୁର୍ବୃତ୍ତ ସେଠାରେ ପହଁଚି କବାଟ ବାଡେଇବାପରେ ପ୍ରମୋଦ କବାଟ ନ ଖୋଲିବାରୁ କବାଟ ଖୋଲ  ନହେଲେ ଘରେ ବମ୍‌ ପକେଇ ଦେବୁ ଆମେ ମାଓବାଦୀ ବୋଲି କହିବାପରେ ଭୟଭୀତ ହୋଇ ପ୍ରମୋଦ କବାଟ ଖୋଲିଥିଲେ । ଏହାପରେ ବିଭିନ୍ନ ମାରଣାସ୍ତ୍ର ଦେଖାଇ ପ୍ରମୋଦଙ୍କ ଘରେ ପଶି ଟଙ୍କା, ଡାଲି, ଚାଉଳ, ମୋବାଇଲ୍‌ ସମେତ ପ୍ରମୋଦଙ୍କ ପତ୍ନୀଙ୍କ କାନଫୁଲ ମଧ୍ୟ ଲୁଟି ନେଇଥିଲେ ଦୁର୍ବୃତ୍ତ । ସେହି ରାତିରେ ହିଁ ନିକଟସ୍ଥ ବେପାରୀ ଗାଁ ର ବିଶ୍ୱନାଥ ପ୍ରଧାନଙ୍କ ସହ ମଧ୍ୟ ସମାନ ଘଟଣା ଘଟାଇଥିଲେ ଦୁର୍ବୃତ୍ତ । ଅଭିଯୋଗ ପ୍ରକାରେ ଦାରିଙ୍ଗବାଡ଼ି ପୋଲିସ୍‌ ଘଟଣାରେ ସମ୍ପୃକ୍ତ ଚାରିଜଣ ଫେକ୍‌ ମାଓବାଦୀଙ୍କୁ ଗିରଫ କରିବାସହ ସେମାନଙ୍କ ନିକଟରୁ ନଗଦ ୧୦ହଜାର ୫୦୦ଟଙ୍କା, ଗୋଟିଏ ଦେଶୀ ବନ୍ଧୁକ, ଖଣ୍ଡା, କାତି, ଛୁରି ଜବତ କରିବାସହ ସୁନା ମଧ୍ୟ ଜବତ କରିଛି ।ଜବତ ସୁନାର ଆନୁମାନିକ ମୂଲ୍ୟ ପାଖାପାଖି ୪୦ହଜାର ହେବ 

ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ଫେରାର ଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି ପ୍ରେସ ବିବୃତି ମାଧ୍ୟମରେ ବାଲିଗୁଡ଼ା ଏସଡିପିଓ ମନୋଜ କୁମାର ପୁଜାରୀ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like