-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ରଘୁରାଜପୁର ରେ ଅନୁଷ୍ଠିତ କଳା ଶିବିର ସପ୍ତରଙ୍ଗ ଉଦ୍ ଯାପିତ- ଭାଗ ନେଇଥିବା ଗାଁ ର ପ୍ରତି ପରିବାରକୁ ଦଶହଜାର ଟଙ୍କା ମାନ ଦେୟ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଆମ କଳା ଆମ ଗୌରବ- ମୁଖ୍ୟମନ୍ତ୍ରୀ।

16-Jun-2021



ପୁରୀ (ପ୍ରେରଣା ଖବର ବ୍ୟୁରୋ) : ପୁରୀ ଜିଲ୍ଲାର ରଘୁରାଜପୁର । ଫଟୋଚିତ୍ର ପାଇଁ ସାରା ବିଶ୍ବରେ ପ୍ରସିଦ୍ଧି ଲାଭ କରିଛି। ବିଶ୍ବ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି । କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର। କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ ସାହାଯ୍ୟ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିଲା ଏକ ଅନନ୍ୟ ଉଦ୍ୟମ l ଜୁନ ୮ ତାରିଖରୁ ଜୁନ୍ ୧୬ ପର୍ଯ୍ୟନ୍ତ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଓଡିଶା ଲଳିତକଳା ଏକାଡେମୀ ପକ୍ଷରୁ ଆରମ୍ଭ ହୋଇଥିଲା ପାରମ୍ପରିକ ଭିତ୍ତିଚିତ୍ର ଶିବିର ସତ୍ପରଙ୍ଗ । ଗାଁର ସବୁ ପରିବାର, ୧୫୦ ପରିବାର ଏଥିରେ ଭାଗ ନେଇଥିଲେ। ପ୍ରତ୍ୟେକ ସେମାନଙ୍କ ଘରର ବାହାର କାନ୍ଥରେ ୫୦ ବର୍ଗ ଫୁଟ ଅଞ୍ଚଳରେ ଏହି ପାରମ୍ପରିକ ଚିତ୍ର ଅଙ୍କନ କରିଥିଲେ । ଏଥିପାଇଁ ସେମାନଙ୍କ କଳାକୃତୀକୁ  ସ୍ବୀକୃତି ସ୍ବରୂପ ପ୍ରତି ପରିବାରକୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଅର୍ଥ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । 

   ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରଘୁରାଜପୁର ଓଡିଶାର ଗର୍ବ ଓ ଗୌରବ। ଏହି ଗାଁର ଶିଳ୍ପୀଙ୍କ ତୂଳୀରେ ରୂପ ନେଉଥିବା ପଟ୍ଟଚିତ୍ର ଆଜି ଓଡିଶା ପାଇଁ ଅନେକ ସୁନାମ ଓ ପ୍ରତିଷ୍ଠା ଆଣିଛି । ମହାନ୍ ଓଡିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କର ଜନ୍ମଭୂମି ମଧ୍ୟ ରଘୁରାଜପୁର । କିଛି ବର୍ଷ ପୂର୍ବେ କୌଣସି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ନ ଥାଇ ପୁରୀ ଯିବା ବାଟରେ  ରଘୁରାଜପୁର ପରିଦର୍ଶନ କରିଥିବା ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଚାଲି ଚାଲି ପୁରା ଗାଁ ବୁଲି ଦେଖିଥିଲେ । ପ୍ରତି ଘର ଦାଣ୍ଡ କାନ୍ଥରେ ଅଙ୍କିତ ଚିତ୍ର ତାଙ୍କୁ ମୁଗ୍ଧ କରିଦେଇଥିଲା । ସାରା ଗାଁଟି ତାଙ୍କୁ ଏକ ଆର୍ଟ ଗ୍ୟାଲେରୀ ପରି ଲାଗିଥିଲା ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ତା ପରେ ପରେ ଗାଁ ଲୋକ ଯେପରି ଗାଁ ମଣ୍ଡପରେ ସଙ୍ଗେ ସଙ୍ଗେ ଗୋଟିପୁଅ ନାଚର ଆୟୋଜନ କରିଥିଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ ଏବଂ ରଘୁରାଜପୁର ବାସିନ୍ଦା ମାନଙ୍କର ସେ ଦିନର ସେହି ଆଦର ତାଙ୍କ ପାଇଁ ଏକ ଅଭୁଲା ସ୍ମୃତି ହୋଇ ରହିଛି ଏବଂ ଏହାକୁ ସେ କେବେ ଭୁଲିପାରିବେ ନାହିଁ ବୋଲି ସେ କହିଥିଲେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରେ ଓଡିଶାର କଳା ହିଁ ତାର ଅନ୍ୟତମ ପରିଚୟ । ଏହାର ସୁରକ୍ଷା ଓ ବିକାଶ ପାଇଁ ସରକାର ସବୁବେଳେ କାମ କରୁଛନ୍ତି ଓ କାମ କରିଚାଲିବେ । ରଘୁରାଜପୁରରେ ଆୟୋଜିତ ଏହି ସପ୍ତରଙ୍ଗ ଭିତ୍ତିଚିତ୍ର କାର୍ଯ୍ୟକ୍ରମ ସଂପୂର୍ଣ୍ଣ documentation  କରାଯାଇଥିବା ଜାଣି ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ You tube ଜରିଆରେ ସାରା ବିଶ୍ବରେ ଆମ କଳାର ପ୍ରସାର ଦିଗରେ ସହାୟକ ହେବା ସଂଗେ ସଂଗେ ଭବିଷ୍ୟତରେ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଜୁମ୍ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ବିଭାଗୀୟ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ଓଡିଶା ଲଳିତକଳା ଏକାଡେମୀର ସଭାପତି ଡଃ ସୁଦର୍ଶନ ପଟ୍ଟନାୟକ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଂଜନ ଦାସ, ପୁରୀ ଜିଲ୍ଲାପାଳ ଏବଂ ରଘୁରାଜପୁର ଗ୍ରାମ୍ୟ କମିଟିର ସଭାପତି ଶ୍ରୀ ଲିଙ୍ଗରାଜ ସୁବୁଦ୍ଧି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like