-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା : ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ, ଆଦିମ ଜନଜାତି, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ

17-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ  ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।     

ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ  ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । NREGS ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ ।   ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ NREGS  ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ।

ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ pre-matric   ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ।

ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ  ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି  ଜାରି ରହିବ ଏବଂ  ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍  ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ   ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like