-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍ଘାଟନ, ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ – ମୁଖ୍ୟମନ୍ତ୍ରୀ ପୁଣି ନିବେଦନ କଲେ ମୁଖ୍ୟମନ୍ତ୍ରୀ – ଡବଲ ମାସ୍କ ପିନ୍ଧନ୍ତୁ, ଟିକା ନିଶ୍ଚୟ ନିଅନ୍ତୁ

18-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ମୂଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ  ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ  ଭିତ୍ତିଭୂମିର  ଉଦ୍ଘାଟନ କରିଛନ୍ତି।  ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

   ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ  ଅକ୍‌ସିଜେନ  ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ  ୭ଟି  ଓ ଆଜି ୮ଟି PSA Plantର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି PSA Plant ଦ୍ବାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି ।  ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଶ୍ରୀ ନବ ଦାସ, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ସମୀର ଦାଶ, ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। 

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ  ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like