-+91-9937148622 |
prerana_bgr@rediffmail.com |
Wednesday 12th August 2026 |
R.N.I. Regd No. ODIODI/2010/46693
Breaking News
23-Jun-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ଜୁଲାଇ ମାସରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ସମୟରେ ପୁରୀକୁ ରେଳ ସେବା ଉପରେ ପ୍ରତିବନ୍ଧ ଲଗାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ୨୬ଟି ଦୂରଗାମୀ ରେଳ ଖୋର୍ଦ୍ଧାରୋଡ ପର୍ଯ୍ୟନ୍ତ ଚଳାଚଳ କରିବ ଓ ଖୋର୍ଦ୍ଧାରୋଡରୁ ଯାତ୍ରା ଆରମ୍ଭ କରିବ। ଉଭୟ ଦିଗରୁ ଖୋର୍ଦ୍ଧାରୋଡ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ୨୬ ଦୂରଗାମୀ ବିଶେଷ ରେଳ ଜୁଲାଇ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ। ଦୈନନ୍ଦିନ ଚଳାଚଳ କରୁଥିବା ପାଞ୍ଚଟି ଏବଂ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରି ଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ ଏଥିରେ ଅନ୍ତର୍ଭୂକ୍ତ | ଉଭୟ ଦିଗରୁ ଖୋର୍ଦ୍ଧା ରୋଡ୍ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ ରଥ ଯାତ୍ରା ସମୟରେ କୋଭିଡି ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଅଛି