-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ରାଜ୍ୟ

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ, ‘ସବୁ ଜୀବନ ମୂଲ୍ୟବାନ’ ଏବଂ ‘ସରକାରଙ୍କ ସମସ୍ତ ଶାଖାର ସମନ୍ବିତ ଅଂଶଗ୍ରହଣ’ ଆଭିମୁଖ୍ୟରେ ବିପର୍ଯ୍ୟୟର ମୁକାବିଲା କରାଯାଉଛି - ମୁଖ୍ୟମନ୍ତ୍ରୀ 

23-Jun-2021



 ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ  ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି  ‘ସବୁ ଜୀବନ ମୂଲ୍ୟବାନ’ । ଏହାସହିତ ସରକାରଙ୍କ ସବୁ ବିଭାଗ ସମନ୍ବିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ (Whole of Government Approach) ନେଇ ଆମର ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି। ଏହାଦ୍ବାରା ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟର ପ୍ରଭାବକୁ କମ୍‌ କରାଯାଇପାରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଆମ ଦେଶରେ ସବୁଠାରୁ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟ ଆମେ ନିୟମିତ ଭାବରେ ସାମ୍‌ନା କରିଆସୁଛୁ । ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫନ ଓ  ବାତ୍ୟା ୟାସ୍‌ର ସାମ୍‌ନା କରିଛି  ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ   ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଏ ସଂପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ।

ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟକୁ ଆଖିଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍‌ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଂକୁଳ ଓ ଅଗମ୍ୟ ଅଂଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରୀ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ବ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ  ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସମସ୍ତ ବିପର୍ଯ୍ୟୟ ପ୍ରବଣ ଅଂଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ଏବଂ ସରକାରୀ କର୍ମଚାରୀ ଓ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି  ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ପ୍ରକୃତିର ବିଭୀଷିକାର ମୁକାବିଲା ପାଇଁ ଆମର ସମାଜ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଆଲୋଚନାରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ନରସିଂହ ମିଶ୍ର,ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେଓ, ବିଧାୟକ ଶ୍ରୀ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକ,  ମୁଖ୍ୟ ଶାସନ ସଚିବ ,ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like