-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ: ତୃତୀୟ ଲହର ସଂପର୍କରେ ବିଶେଷଜ୍ଞ ମାନଙ୍କର ଭିନ୍ନ ମତ ରହୁଛି, ତେଣୁ ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

24-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant  ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି। 

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍‌ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ  ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।ମଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like