-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ଦେଶ ବିଦେଶ

ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟସଭାରେ ଦାବି କଲେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ

21-Sep-2020



ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ କଂଗ୍ରେସ, ସମାଜବାଦୀ ପାର୍ଟି ଏବଂ ଡିଏମକେ ସମର୍ଥନ କରିଛନ୍ତି। ଆଜି ଶୂନ୍ୟକାଳରେ ସେ ଦାବି ଜଣାଇଥିଲେ କି ନବ ଉତ୍କଳର ନିର୍ମାତା ବିଶିଷ୍ଟ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ପାରାଦୀପ ବନ୍ଦର ନାମିତ ହେବା ଉଚିତ୍। ବିଜୁ ପଟ୍ଟନାୟକ ନବ ଉତ୍କଳର ନିର୍ମାଣ, ସ୍ବାଧୀନତା ସଂଗ୍ରାମରେ ତାଙ୍କର ଯୋଗଦାନ, ଉଲ୍ଲେଖନୀୟ ନେତୃତ୍ୱ ଏବଂ ତାଙ୍କ ସାହସ ପାଇଁ ଜାତୀୟସ୍ତରରେ ପରିଚିତ । ସେ ଜଣେ ବିଚକ୍ଷଣ ପାଇଲଟ ଥିଲେ, ଯିଏକି ଇଣ୍ଡୋନେସିଆର ସ୍ବାଧିନତା ସଂଗ୍ରାମୀଙ୍କୁ ସାହସର ସହ ଉଦ୍ଧାର କରିଥିଲେ। ସେ ପାରାଦୀପ ବନ୍ଦରର ପ୍ରତିଷ୍ଠାତା ଥିଲେ, ଯାହା ଏବେ ଭାରତର ବଡ଼ ବନ୍ଦରମାନଙ୍କ ମଧ୍ୟରେ ପରିଗଣିତ ହୋଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଅବଦାନକୁ ଆଖି ଆଗରେ ରଖି ତାଙ୍କ ସ୍ମୃତିରେ ପାରାଦୀପ ବନ୍ଦରକୁ ତାଙ୍କ ନାମରେ ନାମିତ କରାଯାଉ ଏବଂ ଏହାର ନାମ ବିଜୁ ପଟ୍ଟନାୟକ ପୋର୍ଟ ଟ୍ରଷ୍ଟ ରଖାଯାଉ ବୋଲି ପ୍ରସ୍ତାବ ରଖିଛନ୍ତି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ।

ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏହି ଦାବିକୁ ଗୃହରେ କଂଗ୍ରେସ, ସମାଜବାଦୀ ପାର୍ଟି ଏବଂ ଡିଏମକେ ସମର୍ଥନ କରିଥିବା ଜଣାପଡ଼ିଛି। ୨୦୧୧ରେ ତାମିଲନାଡୁର ତୁତିକୋରିନ ବନ୍ଦରକୁ କଂଗ୍ରେସ ନେତା ତଥା ସ୍ବାଧିନତା ସଂଗ୍ରାମୀ ଭି. ଓ ଚିଦାମ୍ବରନାର ବନ୍ଦର ନାମରେ ନାମିତ କରାଯାଇଥିଲା, ୨୦୧୪ରେ ଏନ୍ନୋର ବନ୍ଦର ଲିମିଟେଡକୁ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କେ କାମରାଜଙ୍କ ନାମରେ ନାମିତ କରାଯାଇଥିଲା, ୨୦୧୭ରେ ଗୁଜୁରାଟରେ ଥିବ‌େ କନ୍ନଡ ବନ୍ଦରକୁ ଦୀନଦୟାଲ ଉପାଧ୍ୟାୟ ବନ୍ଦର ନାମରେ ନାମିତ କରାଯାଇଥିଲା ଏବଂ କୋଲକାତା ବନ୍ଦରକୁ ଶ୍ୟାମ ପ୍ରସାଦ ମୁଖାର୍ଜୀ ବନ୍ଦର ନାମରେ ନାମିତ କରାଯାଇଥିଲା। ଏହାକୁ ଆଖିରେ ଆଗରେ ରଖି ପାରାଦୀପ ବନ୍ଦର‌ର ନାମ ପରିବର୍ତ୍ତନ କରି ବିଜୁ ପଟ୍ଟନାୟକ ପୋର୍ଟ ଟ୍ରଷ୍ଟ ରଖିବାରେ କୌଣସି ଅସୁବିଧା ନାହିଁ ବୋଲି କହିଛନ୍ତି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like