-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
06-Jul-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ବଦଳିଲେ ୮ ରାଜ୍ୟର ରାଜ୍ୟପାଳ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ୮ ରାଜ୍ୟର ରାଜ୍ୟପାଳ ବଦଳିଛନ୍ତି । ଥାୱରଚାନ୍ଦ ଗେହଲଟଙ୍କୁ କର୍ଣ୍ଣାଟକ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତିୁ ରାଷ୍ଟ୍ରପତି । ସେହିଭଳି ହରି ବାବୁ କମଭାମପତିଙ୍କୁ ମିଜୋରାମ, ମଙ୍ଗୁଭାଇ ଛଗନଭାଇ ପଟେଲଙ୍କୁ ମଧ୍ୟପ୍ରଦେଶ, ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି
ଅନ୍ୟପଟେ ମିଜୋରାମର ରାଜ୍ୟପାଳ ଥିବା ଶ୍ରୀଧରନ ପିଲାଇଙ୍କୁ ଗୋଆ ରାଜ୍ୟପାଳ, ହରିୟାଣାର ରାଜ୍ୟପାଳ ଥିବା ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ତ୍ରିପୁରା ରାଜ୍ୟପାଳ, ତ୍ରିପୁରା ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ଝାଡଖଣ୍ଡ, ହିମାଚଳ ପ୍ରଦେଶ ରାଜ୍ୟପାଳ ଥିବା ବନ୍ଦାରୁ ଦ୍ରତ୍ତାତ୍ରେୟଙ୍କୁ ହରିୟାଣା ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ।