-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ସାଧାରଣ ଲୋକର ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

27-Oct-2020



ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ 

  ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍‌ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ବାରା ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୬ଟି ବିଭାଗ ପକ୍ଷରୁ ୨୧ଟି  ଛାତ୍ରବୃତ୍ତି ଦିଆଯାଇଥାଏ।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ  ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ଗୁରୁତ୍ବ ଆରୋପ କରିଛନ୍ତି।   ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୈଷୟିକ ବିଦ୍ୟାର ପ୍ରୟୋଗ ଦ୍ବାରା ହିଁ ଆମେ ସାଧାରଣ ଲୋକଙ୍କୁ ଦକ୍ଷତା ଓ ସ୍ବଚ୍ଛତାର ସହ ଠିକ୍‌ ସମୟରେ ସର୍ବୋତ୍କୃଷ୍ଟ ସେବା ଯୋଗାଇ ଦେଇପାରିବା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧିନରେ ୨୦ରୁ ଅଧିକ ବୃତ୍ତି ପ୍ରଦାନ କରାଯାଉଛି। ଏହି ଏକକ ପୋର୍ଟାଲ ଦ୍ବାରା  ବୃତ୍ତି ପ୍ରଦାନ କରୁଥିବା ସରକାରୀ ବିଭାଗ ଓ ଆଶାୟୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦୂରତ୍ବ କମିପାରିବ। ସେମାନେ ସୁବିଧାରେ ଘରେ ବସି ଆବେଦନ କରିବା ସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ବୃତ୍ତି ପାଇପାରିବେ । ଅନୁସୂଚିତ ଜନଜାତି, ଜାତି, ଅନ୍ୟ ପଛୁଆବର୍ଗ, ସାମାଜିକ ଓ ଶିକ୍ଷାଗତଭାବେ ପଛୁଆବର୍ଗ ଆଦି ଅନଗ୍ରସର ଶ୍ରେଣୀର ଛାତ୍ରଛାତ୍ରୀମାନେ ଏହି ବୃତ୍ତିର ସୁବିଧା ପାଇବାରେ ସର୍ବାଗ୍ରେ ରହୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ।  

ଦୁର୍ବଳଶ୍ରଣୀର ପିଲାମାନଙ୍କ ଶିକ୍ଷା ସୁବିଧା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି।  ଏହି ଏକକ ପୋର୍ଟାଲ ଦ୍ବାରା ସେମାନେ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।  

ସୂଚନାଯୋଗ୍ୟ ଯେ ରାଜ୍ୟର ଅନୁସୂଚିତ ଜନଜାତି ଓ ଜାତି ବିଭାଗ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶ୍ରମ ଓ ଇ.ଏସ୍‌.ଆଇ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କୃଷି ବିଭାଗର ସମସ୍ତ ବୃତ୍ତି କାର୍ଯ୍ୟକ୍ରମ ଏହି ଗୋଟିଏ ପୋର୍ଟାଲରେ ପରିଚାଳିତ ହେବ। ରାଜ୍ୟ ଟ୍ରେଜେରୀ ସହିତ ଏହି ପୋର୍ଟାଲ ଲିଙ୍କ୍‌ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବୃତ୍ତି ରାଶି ସିଧାସଳଖ ଜମା ହୋଇପାରିବ।

ସେହିପରି ସୁମଙ୍ଗଲ ପୋର୍ଟାଲ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆନ୍ତଃ-ଜାତି ବିବାହ ଦ୍ବାରା ସାମାଜିକ ଏକତା ବଢିବା ସହିତ ଏହା ଜାତିଗତ ବାଛବିଚାର ହ୍ରାସ କରେ ଏବଂ ସମାଜରେ ସମାନତା ଓ ଶାନ୍ତିପୂର୍ଣ୍ଣ ସହବସ୍ଥାନ ବୃଦ୍ଧି କରେ।  ସୁମଙ୍ଗଳ ପୋର୍ଟାଲ ଏହି ଦିଗରେ ବହୁ ପରିମାଣରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ ଏହି ସୁମଙ୍ଗଳ ପୋର୍ଟାଲ www.sumangal.odisha.gov.in ରେ ଆବେଦନ କଲେ ଆନ୍ତଃ-ଜାତି ବିବାହ  କରିଥିବା ଯୋଗ୍ୟ ହିତାଧିକାରୀମାନେ ୬୦ ଦିନ ମଧ୍ୟରେ ପ୍ରୋତ୍ସାହନ ରାଶି  ଆକାରରେ ଅଢେଇ ଲକ୍ଷ ଟଙ୍କା ପାଇପାରିବେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ କେବଳ ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗ ଅଧିନରେ ୬ ଲକ୍ଷ ଛାତ୍ରଛାତ୍ରୀ ଏହି ବୃତ୍ତିର ସୁବିଧା ପାଉଛନ୍ତି। ୫-ଟି କାର୍ଯ୍ୟକ୍ରମ ଜରିଆରେ ବ୍ୟାପକ ପରିବର୍ତ୍ତନର ସୁଯୋଗ ଆଣିବାରେ ଓଡିଶା ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ହୋଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତି ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ।  ଉଚ୍ଚଶିକ୍ଷା ବିଭାଗ ସଚିବ ଶ୍ରୀ ଶାଶ୍ବତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର୍‌. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ସଂପୃକ୍ତ ବିଭାଗର କ୍ଷେତ୍ର କର୍ମଚାରୀମାନେ  ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like