-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ମହାନଗର

ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ I

11-Jul-2021



ସମ୍ବଲପୁର,(ପ୍ରେରଣା ଖବର ): ଆଜି ହୀରାକୁଦ ଜଳଭଣ୍ଡାର ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି I ଦିନ ୧୧ ଟା ସମୟରେ ପୂଜାର୍ଚ୍ଚନା ପରେ ଡ୍ୟାମର ୭ ନଂ ଗେଟକୁ ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ପ୍ରଥମ ପର୍ଯ୍ୟାୟ ରେ ଆଜି ୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ଜାରୀ ରହିଛି I  ଆସନ୍ତା ୧୧ ତାରିଖରେ ହୀରାକୁଦ ଜଳଭଣ୍ଡାର ରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ପୂର୍ବରୁ ଘୋଷଣା କରିଥିଲେ I ତେବେ ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା ଯୋଗୁଁ ଗେଟ୍ ଖୋଲିବା ସମୟରେ ବିଭାଗୀୟ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀ ଙ୍କ ବ୍ୟତୀତ ଡ୍ୟାମ ନିକଟକୁ ଏପରିକି ଗଣ ମାଧ୍ୟମ ପ୍ରତିନିଧି ମାନଙ୍କୁ ମଧ୍ୟ କାହାରିକୁ ଛଡାଯାଇ ନାହିଁ I ଚଳିତ ଥର ଗତ ବର୍ଷ ଅପେକ୍ଷା ୧୬ ଦିନ ବିଳମ୍ବ ରେ ଗେଟ୍ ଖୋଲାଯାଇଛି । ୨୦୨୦ ମସିହାରେ ରେ  ଜୁନ ୨୫ ତାରିଖ ଜଳ ଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିବା ବେଳେ ୨୦୧୯ ମସିହାରେ ରେ ଅଗଷ୍ଟ ୧୪ ତାରିଖ ଏବଂ ୨୦୧୮ ମସିହାରେ ଜୁଲାଇ ୨୪ ତାରିଖ ରେ ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଥିଲା I ଆଜିକାର ଏହି ବନ୍ୟା ଜଳ ନିଷ୍କାସନ ସମୟରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଦୀପକ କୁମାର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ବି. ଗଙ୍ଗାଧର, ଭାରାପ୍ରାପ୍ତ ଜ଼ିଲ୍ଲାପାଳ ସୁକାନ୍ତ ତ୍ରିପାଠୀ, ଉତ୍ତରାଞ୍ଚଳ ରାଜସ୍ବ କମିଶନର ଙ୍କ ସଚିବ ଭୀମସେନ ପୁନମ କାନ୍ତ ଏକ୍କା, ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୁନୀଲ ନାୟକ, ଅତିରିକ୍ତ ସର୍ବୋଚ୍ଚ ଯନ୍ତ୍ରୀ ନିରାକାର ବିଶି, ହୀରାକୁଦ ଏସଡିପିଓ଼ ସତ୍ୟବ୍ରତ ଦାଶ, ହୀରାକୁଦ ଆଇଆଇସି ଚିତ୍ତ ରଞ୍ଜନ ନାୟକ, ଅତିରିକ୍ତ ସହକାରୀ ଯନ୍ତ୍ରୀ ନରେଶ ବାରିକ, ଇଂ. ଇଶ୍ୱର ବେହେରା, ସହକାରୀ ଯନ୍ତ୍ରୀ (ମେକାନିକାଲ) ପ୍ରିୟ ରଞ୍ଜନ ପଣ୍ଡା, ଉପ ସହକାରୀ ଯନ୍ତ୍ରୀ ସୋମ୍ୟ ରଞ୍ଜନ ପତ୍ରି ଏବଂ ତପନ କୁମାର ହଳଦିଗୁଣ୍ଡ ତଥା ବିଭାଗୀୟ କର୍ମଚାରୀ ଗଣ ଉପସ୍ଥିତ ଥିଲେ । ଆଜି ସନ୍ଧ୍ୟା ୬ ଘଟିକା ରେ ବନ୍ଧ କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ ହୀରାକୁଦ ଜଳଭଣ୍ଡାର ର ଜଳସ୍ତର ୬୦୯. ୫୨ ଫୁଟ ରହିଛି  l  ବାମ ଭାଗ ର ସମୁଦାୟ ୨ ଟି ଗେଟ ଦେଇ ଏହି ବନ୍ୟା ଜଳ ନିଷ୍କାସନ କରାଯାଉଛି l  ଜଳଭଣ୍ଡାର କୁ ପ୍ରତି ସେକେଣ୍ଡରେ ୬୦ ହଜାର ୮୬୦ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୫୪ ହଜାର ୦୫୬ କ୍ୟୁସେକ ଜଳ ପ୍ରତି ସେକେଣ୍ଡ ରେ ନିଷ୍କାସନ କରାଯାଉଛି । ଏହା ସହିତ ପାୱାର ଚେନାଲ କୁ ୧୯ ହଜାର ୮୪୨, ବିଭିନ୍ନ କେନାଲ ରେ ୪ ହଜାର ୩୦୦, ଶିଳ୍ପ ସଂସ୍ଥା ପାଇଁ ୨୭୨, ସ୍କ୍ରିପୱେ ଦେଇ ୨୯ ହଜାର ୬୪୨ କ୍ୟୁସେକ ଜଳ ଛଡାଯାଉଛି । ଖଇରମାଲରେ ୪୮ ହଜାର ୮୦୦,  ବରମୂଳ ଠାରେ ୪୨ ହଜାର ୮୦୦,  ଓ ମୁଣ୍ଡଳୀ ନିକଟରେ ୩୭ ହଜାର, ପଥରଲା ରେ ୨୧ ହଜାର ୨୧୯ ଘନଫୁଟ ବନ୍ୟାଜଳ ପ୍ରତି ସେକେଣ୍ଡ ରେ ପ୍ରବାହିତ ହେଉଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like