-+91-9937148622 |
prerana_bgr@rediffmail.com |
Friday 14th August 2026 |
R.N.I. Regd No. ODIODI/2010/46693
Breaking News
14-Jul-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଲକ୍ ଡାଉନ୍ ଖୋଲିଲେ ସାରା ରାଜ୍ୟରେ ଗଡିବ ବସ୍। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍ ଡାଉନ୍ ର ଦ୍ଵୀତୀୟ ପର୍ଯ୍ୟାୟ ଶେଷ ହେଉଥିବା ବେଳେ ବସ୍ ପରିବହନକୁ ବିଚାର ବିମର୍ଷ ଜାରି ରହିଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି । ବର୍ତ୍ତମାନ ସରକାରଙ୍କ A କ୍ୟାଟଗୋରୀ ଚିହ୍ନିତ ୨୦ ଜିଲ୍ଲାରେ ପ୍ରାୟତଃ ବସ୍ ଚାଲୁଛି ତେବେ ୧୬ ତାରିଖ ପରେ ଲକ୍ ଡାଉନ୍ କୋହଳ ହେଲେ ବାକି ୧୦ ଜିଲ୍ଲାରେ ମଧ୍ୟ ବସ ଚଳାଚଳ କରିବା ନେଇ ବିଭାଗ ପକ୍ଷରୁ ବିଚାର ବିମର୍ଷ ଚାଲିଥିବା କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଏହାସହ ଆନ୍ତଃ ରାଜ୍ୟ ଓ ଜିଲ୍ଲା ସ୍ତରରେ ମଧ୍ୟ ବସ୍ ଚଳପ୍ରଚଳ କରିବ। ସେହିପରି ଟିକସ ଛାଡ଼ ଦିଗରେ ବ୍ୟବସ୍ଥା କରାଯାଉଥିବା ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି।