ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’
28-Sep-2020
ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’
ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍ସିଲ ଫର୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି ପୁରସ୍କାର ପାଇଁ ଦେଶର ୧୨ଜଣ ବୈଜ୍ଞାନିକଙ୍କ ନାମ ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ଜ୍ୟୋତିର୍ମୟୀ ରହିଛନ୍ତି। ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ। ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜ୍ୟୋତିର୍ମୟୀଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରାଯିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜ୍ୟୋତିର୍ମୟୀଙ୍କ ସମେତ ମନୋନୀତ ୧୨ଜଣ ବୈଜ୍ଞାନିକଙ୍କୁ ପୁରସ୍କାର ପ୍ରଦାନ କରିବେ।*
*