-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ରାଜ୍ୟ

ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ, ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି, ୮୪.୫୦ କୋଟି ଆବର୍ତ୍ତନ ପାଣ୍ଠି, ମିଶନ ଶକ୍ତି ଋଣର ସୁଧ ରିହାତି ପାଇଁ ୨୦୦ କୋଟି

16-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’

 

କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।’

ମିଶନ ଶକ୍ତିର ମା ମାନଙ୍କ  ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ  ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ ।’

ରାଜ୍ୟ ସରକାର Block Level Federationର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ   ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ  ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ  ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ  ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ସେମାନେ ମତ ଦେଇଥିଲେ ।

କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବରେ ସେମାନେ ଉଚ୍ଚପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀ   ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ।

ଏହି ଅବସରରେ  ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କୁ ଆଚାର ବ୍ୟବସାୟ ପାଇଁ HDFC Bank ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି ।ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

   ଏହି କାର୍ଯ୍ୟକ୍ରମରେ ନିଜର ସ୍ବାଗତ ଭାଷଣ ରଖି ମିଶନ ଶକ୍ତିର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ।  ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ।

 ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ସେ କହିଥିଲେ ଯେ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ।ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like