-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବ୍ରାହ୍ମଣୀଗାଁ ଅଞ୍ଚଳର ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ୬ ଘଣ୍ଟା ଧରି ଦୋକାନ ବଜ଼ାର ବନ୍ଦ

30-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ମହକୁମାକୁ ଛାଡି ଦେଲେ ବ୍ଲକ ଅଞ୍ଚଳରେ ବ୍ରାହ୍ମଣୀଗାଁ ବଜାରର ଅନ୍ୟତମ ସ୍ୱତନ୍ତ୍ରତା ରହିଛି କହିଲେ ଅତ୍ୟୁକ୍ତି ହେବନାହିଁ। ହେଲେ ଏହି ବଜାରରେ ଅନେକ ସମସ୍ୟା ଲାଗି ରହିଛି। ବ୍ରାହ୍ମଣୀଗାଁରେ କଳା ଓ ବାଣିଜ୍ୟର ଡିଗ୍ରୀ କଲେଜ ସହିତ, ସରକାରୀ ଉଚ୍ଚ ବିଦ୍ୟାଳୟ ,ବାଳିକା ଉଚ୍ଚ ବିଦ୍ୟାଳୟ  , ଇଂରାଜୀ ମିଡିୟମ ସ୍କୁଲ , ଷ୍ଟେଟବ୍ୟାଙ୍କ, ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟ , ବନାଞ୍ଚଳ କାର୍ଯ୍ୟାଳୟ ସହିତ ଡାକ୍ତର ଖାନା ଭଳି  ବିଭିନ୍ନ ସୁବିଧା ରହିଥିବାରୁ ପ୍ରତିଦିନ ବିଭିନ୍ନ ଆବଶ୍ୟକତା ନେଇ ଶତାଧିକ ଲୋକଙ୍କ ଜନ ସମାଗମ ରହୁଛି। ହେଲେ ବିଦ୍ୟୁତ ବ୍ୟବସ୍ଥା କୋଡିଏରୁ ଅଧିକ ଦିନ ନିୟମିତ ଠିକ ଭାବେ ରହୁନାହିଁ। ଏକମାତ୍ର ସାହା ଭରଷା  ବିଏସଏନଏଲ ଟାୱାର ରହିଛି ହେଲେ ଉଚିତ ସେବାରୁ ଅଞ୍ଚଳ ବାସୀ ବଞ୍ଚିତ ହେଉଛନ୍ତି l , ଜିଓ ନେଟୱର୍କ ସେବା ଯୋଗାଇ ଦେବା ପାଇଁ ଅଞ୍ଚଳବାସୀ ଙ୍କ  ପକ୍ଷରୁ ସାଂସଦଙ୍କୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ସୁଦ୍ଧା  କୌଣସି ପ୍ରକାରେ ସୁଫଳ ମିଳିନାହିଁ। ବଜ଼ାରରେ ପରିଶ୍ରା ଗାର ଓ ଶୌଚାଳୟ  ନାହିଁ, କୋଭିଡ ଟୀକାକରଣ ସମସ୍ତଙ୍କୁ କରାଯିବା, ପଞ୍ଚାୟତ ଓ ବ୍ୟବସାୟିକ ସଙ୍ଘ ପକ୍ଷରୁ ବଜାର ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ସହିତ ଷ୍ଟ୍ରୀଟ ଲାଇଟ ଜାଳିବା ଭଳି ବହୁ ସମସ୍ୟାର ସମାଧାନ କରାଯିବା ନେଇଁ ବ୍ରାହ୍ମଣୀଗାଁ ବ୍ୟବସାୟିକ ସଂଘ ପକ୍ଷରୁ ଶୁକ୍ରବାର ସକାଳ ୬ଘଣ୍ଟା ଠାରୁ ମଧ୍ୟାହ୍ନ ୧୨ ଘଣ୍ଟା ଯାଏ ଦୋକାନ ବଜାର ବନ୍ଦ ରଖି ଏକ ବୈଠକ କରିଥିବା ଜଣାପଡ଼ିଛି। ଏହି ବୈଠକରେ ବ୍ୟବସାୟିକ ସଂଘର ସଭାପତି ବିକ୍ରମ ବସ୍ତିରାୟ, ଉପସଭାପତି ମନୋଜ ପାତ୍ର , ସମ୍ପାଦକ ଲିଙ୍ଗରାଜ ପଣ୍ଡା, ସରପଞ୍ଚ ରମେଶ ମାଝୀ, ସମିତି ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କ ସହିତ ବଣିକ ସଙ୍ଘର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ। ପ୍ରକାଶ ଥାଉକି ବ୍ରହ୍ମଣୀଗାଁରେ ବଜାରି କରଣର ସୁବିଧା ରହିଥିବା ସହିତ ମୁଖ୍ୟକରି ଶିକ୍ଷା, ସ୍ବାସ୍ଥ୍ୟ, ଗମନା ଗମନ ସୁଵିଧା ରହିଥିବାରୁ ବ୍ଲକ ଅଂଚଳର ୮ଗୋଟି ପଞ୍ଚାୟତ ସହିତ ସୀମାନ୍ତ ବର୍ତ୍ତି ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାର ୪ ଟି ପଞ୍ଚାୟତ ବାସୀ ବ୍ରହ୍ମଣୀଗାଁ ବଜାର ଉପରେ ନିର୍ଭର କରି ଆସୁଛନ୍ତି। ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଅଞ୍ଚଳର ସମସ୍ୟାକୁ ସମାଧାନ କରିବାକୁ ପ୍ରବଳ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like