-+91-9937148622 |
prerana_bgr@rediffmail.com |
Monday 23rd March 2026 |
R.N.I. Regd No. ODIODI/2010/46693
Breaking News
31-Jul-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।
ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି । ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି । ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଥିବା ନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।