-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଗସ୍ତରେ ମୂଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ କାର୍ୟ୍ୟକ୍ରମର ସମୀକ୍ଷା

31-Jul-2021



କଳାହାଣ୍ଡି,: ପ୍ରେରଣା ଖବର) ମୂଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଓଡିଶାର ମୂଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୂଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କାର୍ତୀକେୟନ ପାଣ୍ଡିୟାନ ଓ ସ୍ୱତନ୍ତ ସଚିବ ଭିନିଲ କ୍ରିଷ୍ଣା, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ପ୍ରମୂଖ କଳାହାଣ୍ଡି ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟର ସମୀକ୍ଷା କରିଛନ୍ତି ।ଶନିବାର ସକାଳ ୧୦ଟା ସମୟରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଉତ୍କେଲା ବିମାନ ବନ୍ଦରରେ ଓହ୍ଲାଇ ସେଠାରେ ବିମାନ ବନ୍ଦରର ସ୍ଥିତି, ଉନ୍ନତି, ଜମି ଅଧିଗ୍ରହଣ, ଆଦି ବିଭିନ୍ନ ଦିଗ ଉପରେ ବ୍ୟାପକ ସମୀକ୍ଷା କରିଥିଲେ ।ଏହାପରେ ମୂଖ୍ୟ ଶାସନ ସଚିବ ତଥା ଅନ୍ୟ ପଦାଧିକାରୀମାନେ ଭବାନୀପାଟଣା ନିକଟସ୍ଥ ଭଙ୍ଗାବାରି ଠାରେ ନିର୍ମାଣାଧିନ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ର ନିର୍ମାଣ, ଅଗ୍ରଗତି, ଅଧ୍ୟାପନା ବ୍ଲକ, ଅଡିଟୋରିୟମ, ପୁରୁଷ ଓ ମହିଳା ହଷ୍ଟେଲ ଇତ୍ୟାଦି କାର୍ୟ୍ୟର ସମୀକ୍ଷା କରିଥିଲେ । ସେହିପରି ୬୫୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜର ପୂର୍ଣ୍ଣାଙ୍ଗ ରୂପରେଖ ଓ ବଜେଟ ପ୍ରସ୍ତୃତ କରିବାକୁ ପୂର୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ମାଁ ଇନ୍ଦ୍ରାବତୀ ଟେମ୍ପଲ କମ୍ଲେକ୍ସ, ଭବାନୀପାଟଣା ନୂତନ ବସଷ୍ଟାଣ୍ଡ, ସାନ୍ଦୁଲ ପ୍ରକଳ୍ପ, ମେଗାଲିପ୍ଟ, କେସିଙ୍ଗା-ବଲାଙ୍ଗୀର ୨୨୦ କେଭି ଇଲେକ୍ଟ୍ରୀ ଲାଇନ, ବିଜୁ ଏକ୍ସପ୍ରେସ ୱେ, ଟାଉନ ହଲ, ଧର୍ମଗଡ ଆଟିଆଇ ଇତ୍ୟାଦି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ । ନିର୍ମାଣାଧିନ ପ୍ରକଳ୍ପ ଗୁଡିକ ଶୀଘ୍ର ସମାପ୍ତ କରିବାକୁ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ନର୍ଲା ରୋଡ ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ବ୍ୟବସ୍ଥା ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥରଲେ ।ରାଜ୍ୟ ସରକାରଙ୍କ ୫ଟି ଅଧିନରେ କଳାହାଣ୍ଡି ଜିଲ୍ଲାର ୨୬ ଟି ହାଇସ୍କୁଲକୁ ନିଆଯାଇଥିବା ବେଳେ ସେସବୁର ସମୀକ୍ଷା କରିବା ସହିତ ଭବାନୀପାଟଣା ସ୍ଥିତ ବ୍ରଜମୋହନ ହାଇସ୍କୁଲ ଓ ଟାଉନ ହାଇସ୍କୁଲ କୁ ପରିଦର୍ଶନରେ ଯାଇ ରୁପାନ୍ତରିତ ହୋଇଥିବା ସ୍ମାର୍ଟ କ୍ଲାସରୁମ, ବିଜ୍ଞାନ ପରୀକ୍ଷାଗାର ଇତ୍ୟାଦି ନିର୍ମାଣ ଉପରେ ସନ୍ତୋଷ ପ୍ରକାଶ କରିବା ସହ ଅନ୍ୟାନ୍ୟ କାର୍ୟ୍ୟ ସବୁ ଶିଘ୍ର ସାରିଦେବାକୁ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।ଏହିସବୁ ଗସ୍ତ କାର୍ୟ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାପାଳ ଡଃ ପରାଗ ହର୍ଷଦ ଗାଭାଲି, ଏସପି ଶ୍ରବଣ ବିବେକ, ପିଡି ଡିଆରଡିଏ ସୋମେଶ ଉପାଧ୍ୟାୟ, ଭବାନୀପାଟଣା ଉପଜିଲ୍ଲାପାଳ ତଥା ସମସ୍ତ ଜିଲ୍ଲାସ୍ତରୀୟ ପଦାଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like