-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

କୈବଲ୍ୟ ଙ୍କ ଶବ ସତ୍କାର ରେ ସାମିଲ ହେଲେ ଓ ମୃତକ ଙ୍କ ପରିବାର କୁ ଭେଟିଲେ ବିଜେପି ପ୍ରତ୍ୟନିଧି ମଣ୍ଡଳୀ I

07-Aug-2021



ସମ୍ବଲପୁର/ଗୋଶାଳା(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜିଲ୍ଲା ଧନକଉଡା ବ୍ଲକ ଅଧିନସ୍ଥ କୁଦ ଗୁଣ୍ଡେରପୁର ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡେରପୁର ଗ୍ରାମର ଚାଷୀ କୈବଲ୍ୟ ରୋହିଦାସ ଗତ ବୁଧବାର ଦିନ କୀଟନାଶକ ଖାଇ ଆତ୍ମହତ୍ୟା କରିଛନ୍ତି । ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଯାଇଛି । ବୁର୍ଲା ଭୀମସାର ରେ ଆଜି ଶବ ବ୍ୟବଚ୍ଛେଦ ପରେ ତାଙ୍କ ଗ୍ରାମରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଶୋକ ର ଛାୟା ଖେଳି ଯାଇଥିବା ବେଳେ ବାରମ୍ବାର ଏଭଳି ଘଟଣା ଚାଷୀ କୂଳକୁ ନିରାଶା ଓ ଚିନ୍ତା ରେ ପକେଇଛି । 
      ଆଜି ତାଙ୍କର ମୃତ୍ୟୁ ସୂଚନା ପାଇଲା ପରେ ରେଙ୍ଗାଲି ବିଧାୟକ ନାଉରି ନାଏକ ଙ୍କ ନେତୃତ୍ୱରେ ବିଜେପି ର ଏକ ପ୍ରତିନିଧି ଦଳ ଗୁଣ୍ଡେରପୁର ଗସ୍ତରେ ଯାଇଥିଲେ । ପ୍ରଥମେ ଗ୍ରାମର ଶ୍ମଶାନ ରେ ତାଙ୍କ ଶବ ସତ୍କାର ରେ ସାମିଲ ହୋଇଥିଲେ ଓ ପରେ ତାଙ୍କର ଘର କୁ ଯାଇ ତାଙ୍କ ପରିବାର ବର୍ଗ ଓ ଗ୍ରାମବାସୀ ଙ୍କୁ ସାକ୍ଷାତ କରିଥିଲେ । ମୃତକ ଙ୍କ ସ୍ତ୍ରୀ, ପୁଅ, ଝିଅ, ବଡ ଭାଇ ଓ ଉପସ୍ଥିତ ଗ୍ରାମବାସୀ ଙ୍କୁ ସମସ୍ତ ବିଷୟ ପଚରାଉଚରା କରିଥିଲେ । ସମସ୍ତ ପ୍ରସଙ୍ଗ ଜାଣିଲା ପରେ ବିଧାୟକ ଶୁଦ୍ଧିକ୍ରିୟା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।
        ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କଲା ପରେ ବିଜେପି ପ୍ରତିନିଧି ଦଳ ଗଭୀର ଉଦବେଗ ପ୍ରକାଶ କରିବା ସଙ୍ଗେ ସ୍ୱାଧୀନତାର ସାତ ଦଶନ୍ଧି ପରେ ମଧ୍ୟ ଏଭଳି ଘଟଣା ଘଟିବା ବହୁତ ଦୁର୍ଭାଗ୍ୟପୂର୍ଣ୍ଣ  ବୋଲି କହିଛନ୍ତି । ରାଜ୍ୟ ସରକାରଙ୍କ ର ତ୍ରୁଟିପୂର୍ଣ୍ଣ ଟୋକନ ବ୍ୟବସ୍ଥା, ପଞ୍ଜିକରଣ ର ଅବ୍ୟବସ୍ଥା, ମଣ୍ଡିରେ ଧାନ ବିକ୍ରି କିଣାରେ ଦୁର୍ନୀତି, ସ୍ଥାନୀୟ  ପ୍ରଶାସନିକ ଅଧିକାରୀ ଙ୍କ ଅବହେଳା ଯୋଗୁଁ ହିଁ ପ୍ରତିବର୍ଷ ଏଭଳି ଅନେକ ଚାଷୀ ଆତ୍ମହତ୍ୟା କରୁଛନ୍ତି ।  ଗତ ରବି ଋତୁ ଚାଷ ଏ ଅମଳ ସମୟରେରେ ଅଦିନିଆ ବର୍ଷ, ୟାଶ ବାତ୍ୟା ଫଳରେ ଫସଲ ନଷ୍ଟ, ପରେ କମ ପରିମାଣର ଧାନ ବିକ୍ରି ପାଇଁ ମିଳିଥିବା ଟୋକନ, ବଳକା ଧାନ କୁ କମ ଦାମ ରେ ବିକ୍ରି କରିବା ଓ ଅତ୍ୟଧିକ ଋଣଭାର ସମ୍ଭାଳି ନପାରି ମାନସିକ ଭାରସାମ୍ୟ ହରାଇ ଭଳି ପ୍ରସଙ୍ଗ ପାଇଁ ସେ ଆତ୍ମହତ୍ୟା କରିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ମୃତକ ଚାଷୀ ଙ୍କ ପରିବାର କୁ ତୁରନ୍ତ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ ଓ ତାଙ୍କର ସମସ୍ତ ଋଣ କୁ ମାଫ ଜରିବା ପାଇଁ ବିଧାୟକ ଶ୍ରୀ ନାଏକ ଦାବୀ କରିଛନ୍ତି । ପ୍ରତିନିଧି ଦଳରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାଏକ, ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ରାମ ଚନ୍ଦ୍ର ମେହେର, ବିଜେପି ଜିଲ୍ଲା ସଭାପତି ଗିରିଷ ପଟେଲ, କ୍ଷେତ୍ରିୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝୀ, ଜିଲ୍ଲା ପରିଷଦ ସଦସ୍ୟା ସଂଯୁକ୍ତା ପ୍ରଧାନ, ବ୍ଲକ ଉପାଧ୍ୟକ୍ଷା ସୁଷମା ସାହୁ, ଦେବେନ୍ଦ୍ର ନାଏକ,  ମନୋଜ ସାହୁ, ମୁରଲୀଧର ଛୁରିଆ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like