-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ଙ୍କୁ ଦୁର୍ବ୍ୟବହାର ନେଇ ଜିଲ୍ଲା ପୋଲିସ ପ୍ରଶାସନ କୁ ଦୃଢ଼ ନିନ୍ଦା ସହ କାର୍ଯ୍ୟାନୁଷ୍ଠାନ ଦାବି

07-Aug-2021



ବଲାଙ୍ଗିର,(ପ୍ରେରଣା ଖବର) : : ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣାରେ ଜିଲ୍ଲା ପୋଲିସ ପ୍ରଶାସନକୁ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି । ସୂଚନାଯୋଗ୍ୟ ଯେ, ଡିଜିପି. ଅଭୟ କୁମାରଙ୍କ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମ ଅବସରେ ଆଜି ଦିବା ୧୧ଟା ୧୫ମି. ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆହ୍ୱାନ କରାଯାଇଥିବା ବେଳେ ସମୟ ପୂର୍ବରୁ ସାମ୍ବାଦିକମାନେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ପହଂଚିଥିଲେ ମଧ୍ୟ ସାମ୍ବାଦିକଙ୍କୁ ଭିତରକୁ ଛଡ଼ା ନଯାଇ ଅସମ୍ମାନ ପ୍ରଦର୍ଶନ କରାଯାଇଥିଲା । ଏହାର ପ୍ରତିବାଦ କରି ସାମ୍ବାଦିକମାନେ ଡିଜିପିଙ୍କ ସାମ୍ବାଦିକ ସମ୍ମିଳନୀକୁ ବର୍ଜନ କରିଥିଲେ । ଗଣମାଧ୍ୟମର କାର୍ଯ୍ୟକ୍ଷେତ୍ରରେ ବାଧା ସୃଷ୍ଟି କରିବା, ତଥ୍ୟରୁ ବଞ୍ଚିତ କରିବା ତଥା ଖବର ପରିବେଷଣ ସମୟରେ ଦୁର୍ବ୍ୟବହାର ପ୍ରଦର୍ଶନ ବିରୋଧରେ ଆଜି ଜିଲ୍ଲା ସମ୍ବାଦିକ ସଂଘର ସଭାପତି ହରି ନାରାୟଣ ପୂଜାରୀଙ୍କ ସଭାପତିତ୍ୱରେ ସାମ୍ବାଦିକ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଜରୁରୀ ବୈଠକରେ ଜିଲ୍ଲା ପୋଲିସ ପ୍ରଶାସନ ଉପରେ ନିନ୍ଦା ପ୍ରସ୍ତାବ ଗ୍ରହଣ କରାଯାଇଛି । ସତ୍ୟ ଉନ୍ମୋଚନର ଭୟରେ ଯଦିଓ ଅନେକ ସମୟରେ ଜିଲ୍ଲା ପ୍ରଶାସନ ସାମ୍ବ।ଦିକଙ୍କୁ ଖବର ପରିବେଷଣରୁ ଦୂରେଇ ରଖିଛି, ତଥାପି ବର୍ତ୍ତମାନ କାର୍ଯ୍ୟରତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମୟରେ ଏହା ବହୁ ଗୁଣରେ ବୃଦ୍ଧି ପାଇଛି । ପୋଲିସ ଅଧୀକ୍ଷକ ଙ୍କ ତରଫରୁ ବାରମ୍ବାର ଅପମାନଜନକ ବ୍ୟବହାର କରାଯାଉଥିବା ବେଳେ ଆଜି ନିମନ୍ତ୍ରିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ରିଜର୍ଭ ପୋଲିସ ଅଫିସକୁ ପ୍ରବେଶ କରିବାକୁ ବାରଣ କରାଯିବା ଘଟଣା ଅପମାନ ଓ ଅସମ୍ମାନର ଶୀର୍ଷକୁ ଛୁଇଁଛି ବୋଲି ବୈଠକରେ ସର୍ବ ସମ୍ମତି କ୍ରମେ ମତ ପ୍ରକାଶ ପାଇଥିଲା । ତେବେ ଆଗାମୀ ସମୟରେ ଜିଲ୍ଲା ପ୍ରଶାସନ ତଥା ପୋଲିସ ବିଭାଗର କାର୍ଯ୍ୟକ୍ରମଗୁଡ଼ିକରେ ସାମ୍ବାଦିକଙ୍କ ଦ୍ୱାରା ସହଯୋଗ କରାଯିବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ନିଷ୍ପତ୍ତି ସଂପର୍କରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗୃହ ମନ୍ତ୍ରୀ, ସୂଚନା ଓ ଲୋକସଂପର୍କ ବିଭାଗ ମନ୍ତ୍ରୀ, ପୋଲିସ ରାଜ୍ୟ ମହା ନିର୍ଦ୍ଦେଶକ, ପୋଲିସ ରାଜ୍ୟ ନିର୍ଦ୍ଦେଶକ, ୫ଟି ସଚିବଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ସାମ୍ବାଦିକ ସଂଘରେ ଅନୁଷ୍ଠିତ ଏହି ଜରୁରୀ ବୈଠକରେ ସଭାପତି ଶ୍ରୀ ପୂଜାରୀଙ୍କ ସହ ଉପସଭାପତି ଆନଂଦ ଚଂଦ୍ର ସାହୁ, ସାଧାରଣ ସଂପାଦକ ବଳରାମ ମିଶ୍ର, ସାମ୍ବାଦିକ ମନୋରଞ୍ଜନ ଯୋଷୀ, ବିଶ୍ୱଜିତ ଦାଶ, ବିରେନ୍ଦ୍ର କୁମାର ଝାଙ୍କର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ମହେନ୍ଦ୍ର ପ୍ରଧାନ, ଗୁପ୍ତେଶ୍ୱର ପୃଷ୍ଟି, ଅରୁଣ ମେଲ୍ଲି, ବିଜୟ କୁମାର ପ୍ରଧାନ, ମୋତିଲାଲ ମିଶ୍ର, କରୁଣାକର ପ୍ରଧାନ, ଚନ୍ଦ୍ରଭାନୁ ମୋଲାନା, ମୁକେଶ ବହିଦାର, ସୁବ୍ରତ କୁମାର ନାୟକ, ନିରୋଜ ମିଶ୍ର, ଚିତ୍ରସେନ ବେହେରା, ସୁଶାନ୍ତ କୁମାର ଠାକୁର, ଦୀପକ ପୁରୋହିତ, ଘଟେଶ୍ୱର ମିଶ୍ର, ସଂଜୟ କୁମାର ମିଶ୍ର, ରାଧାକୃଷ୍ଣ ମିଶ୍ର, ନରେଶ କୁମାର ସାହୁ, ଦେବାଶିଷ ମିଶ୍ର, ସଂଦୀପ କୁମାର କୁଅଁର, ବିଭୂକଲ୍ୟାଣ ଗଡ଼ତ୍ୟା, ପ୍ରଶାନ୍ତ ମହାକୁର, ଦେବୀପ୍ରସାଦ ଥନାପତି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like